ଭୁବନେଶ୍ୱର :କନିଷ୍ଠ ଶିକ୍ଷକ (ସ୍କେମାଟିକ)ଙ୍କର ଦରମା ବଢିଲା । ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି । ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲର ଶିକ୍ଷକଙ୍କୁ ମିଳିବ ବର୍ଦ୍ଧିତ ଦରମା । ମାସିକ ୧୧ ହଜାର ଟଙ୍କା ବଦଳରେ ବର୍ଦ୍ଧିତ ୧୬ ହଜାର ପାଇବେ । ସମଗ୍ର ଶିକ୍ଷା ସ୍କିମ ଅନୁସାରେ ବର୍ଦ୍ଧିତ ଦରମା ପାଇବେ । ଆଜିଠାରୁ ବର୍ଦ୍ଧିତ ଦରମା ମିଳିବା ନେଇ ସ୍ପଷ୍ଟ କଲେ ସରକାର । ପ୍ରସ୍ତାବରେ ଉଲ୍ଲେଖ କରାଯାଇଛି, ସରକାର ସତର୍କତାର ସହିତ ବିଚାର କରିବା ପରେ ସମଗ୍ର ଶିକ୍ଷା ଯୋଜନାରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିୟୋଜିତ କନିଷ୍ଠ ଶିକ୍ଷକଙ୍କ ମାସିକ ଦରମା ବୃଦ୍ଧି କରିଛନ୍ତି। ଏନେଇ ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରିଛନ୍ତି ଯେ, ସମଗ୍ର ଶିକ୍ଷା ଅଧୀନରେ ପ୍ରାଥମିକ ବିଦ୍ୟାଳୟରେ କାମ କରୁଥିବା କନିଷ୍ଠ ଶିକ୍ଷକ (ସ୍କିମାଟିକ)ଙ୍କ ଦରମା ୧୧,୦୦୦ ରୁ ୧୬,୦୦୦କୁ ବୃଦ୍ଧି କରାଯାଇଛି। ସେଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଉଛି। ଏହି ନିଷ୍ପତ୍ତି ଶିକ୍ଷାଦାତାଙ୍କୁ ସଶକ୍ତ କରିବା ସହ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବ।
କନିଷ୍ଠ ଶିକ୍ଷକଙ୍କ ଦରମା ବଢିଲା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











