The Ultimate Managed Hosting Platform
ADVERTISEMENT

କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର

Facebook
Twitter
LinkedIn

ଭୁବନେଶ୍ୱର : କନିଷ୍ଠ ଶିକ୍ଷକଙ୍କ ପାଇଁ ରାଜ୍ୟ ସରକାର ଆଣିଲେ ଖୁସି ଖବର । ଦରମା ବୃଦ୍ଧି କଲେ ସରକାର । ୧୬ ହଜାର ଟଙ୍କାକୁ ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ଦରମା । ପୂର୍ବରୁ ୧୧ହଜାର ୧୦୦ ଟଙ୍କା ମିଳୁଥିିଲା ମାାସିକ ପରିଶ୍ରମ । ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ୧୪୪୩ ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨ହଜାର ୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ ଏବେ ମାସକୁ ୧୭ହଜାର ୯୫୦ ଟଙ୍କା ପ୍ରଦାନ କରିବେ । ରାଜ୍ୟରେ ବର୍ତ୍ତମାନ ୧୩ହଜାର ୭୪୦ ଜଣ ସ୍କିମାଟିକ କନିଷ୍ଠ ଶିକ୍ଷକ କାର୍ୟ୍ୟରତ ଅଛନ୍ତି । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୮୯ କୋଟି ୧୫ ଲକ୍ଷ ଟଙ୍କା ବହନ କରିବେ ।ଅନ୍ୟପଟେ ରାଜ୍ୟରେ ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login