ନୂଆଦିଲ୍ଲୀ : କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ବିପୁଳ ବିଜୟ ଦେଖିବାକୁ ମିଳିଛି । କଂଗ୍ରେସକୁ ବିଜୟ ମିଳିବା ପରେ ରାହୁଲ ଗାନ୍ଧିଙ୍କ ବୟାନ ସାମ୍ନାକୁ ଆସିଛି । ବିଜୟକୁ ନେଇ ରାହୁଲ ଖୁସି ରହିଥିବା ବେଳେ ଏହାର ଶ୍ରେୟ କର୍ଣ୍ଣାଟକ ଜନତା ଏବଂ ଦଳର କାର୍ୟ୍ୟକର୍ତ୍ତାକୁ ଦେଇଛନ୍ତି । ରାହୁଲ ଟ୍ଵିଟ୍ କରିଛନ୍ତି, କର୍ଣ୍ଣାଟକରେ ଘୃଣାର ବଜାର ବନ୍ଦ ହୋଇଯାଇଛି, ପ୍ରେମର ଦୋକାନ ଖୋଲାଅଛି । ପ୍ରଥମେ ଏହା କର୍ଣ୍ଣାଟକର ଲୋକଙ୍କ ବିଜୟ। ନିର୍ବାଚନ ବେଳେ ମୁଁ ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ୫ଟି ପ୍ରତିଶ୍ରୁତି ଦେଇଥିଲୁ। ତେବେ ପ୍ରଥମ କ୍ୟାବିନେଟରେ ପ୍ରଥମ ଦିନରେ ୫ ଟି ପ୍ରତିଶ୍ରୁତି ପୂରଣ କରିବ କଂଗ୍ରେସ।
କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ମଧ୍ୟ କହିଛନ୍ତି ଯେ, ବିଜେପି ସରକାର ଏହାର କାର୍ୟ୍ୟକାଳରେ ଅନେକ ଖରାପ କାମ କରିଛି ସେଥିପାଇଁ କର୍ଣ୍ଣାଟକର ଲୋକମାନେ ଆମକୁ ଭୋଟ୍ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହାଙ୍କ ଏତେ ପ୍ରଚାର ପରେ ମଧ୍ୟ ଲୋକମାନେ କଂଗ୍ରେସକୁ ଭୋଟ୍ ଦେଇଛନ୍ତି। ଲୋକମାନେ ଆମର ପାଞ୍ଚଟି ପ୍ରତିଶ୍ରୁତି ଉପରେ ବିଶ୍ୱାସ କରିଛନ୍ତି।
କର୍ଣ୍ଣାଟକରେ ବିପୁଳ ବିଜୟ ପରେ ପ୍ରତିକ୍ରିୟା ରଖିଲେ ରାହୁଲ ଗାନ୍ଧି , କହିଲେ କର୍ଣ୍ଣାଟକରେ ଏବେ ଘୃଣାର ବଜାର ବନ୍ଦ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











