କନ୍ଧମାଳ : ଘାଟିରେ ଓଲଟିଲା ଯାତ୍ରୀବାହୀ ଘରୋଇ ବସ । କଳିଙ୍ଗା ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡିଲା ବସ । ୧୫ରୁ ୨୦ ଜଣ ସାମାନ୍ୟ ଆହତ ହୋଇଥିବା ସୂଚନା । ସମସ୍ତ ଆହତ ଯାତ୍ରୀ ଭଞ୍ଜନଗର ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଖମ୍ବେଶ୍ୱରୀ ନାମକ ବସ ରାୟପୁରରୁ ବ୍ରହ୍ମପୁର ଆସୁଥିଲା । ବସରେ ପ୍ରାୟ ୪୦ରୁ ଅଧିକ ଯାତ୍ରୀ ଥିଲେ।ଘଟଣା ସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।
Views: 27