କଟକ : ଡେଣ୍ଟାଲ ସର୍ଜନ ନିଯୁକ୍ତି ଅନିୟମିତତା ମାମଲାରେ ହାଇକୋର୍ଟରେ ସଂଶୋଧିତ ମେଧା ତାଲିକା ଦାଖଲ । ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହେଲେ ଓପିଏସସି ସଚିବ । ଆସନ୍ତାକାଲି ସୁଦ୍ଧା ଓପିଏସସି ୱେବସାଇଟରେ ପ୍ରଦର୍ଶନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ପୂର୍ବ ତାଲିକା ଅନୁଯାୟୀ କାହାକୁ ନିଯୁକ୍ତି ଦିଆଯାଇଛି ସେନେଇ ତଥ୍ୟ ଲୋଡ଼ିଛନ୍ତି ହାଇକୋର୍ଟ । ନିଯୁକ୍ତି ସମ୍ପର୍କିତ ତଥ୍ୟ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ରହିଛି । ଆସନ୍ତା ଗୁରୁବାର ପରବର୍ତ୍ତୀ ଶୁଣାଣି ହେବ । ପୂର୍ବରୁ ଗତ ୨୦ ତାରିଖ ଦିନ ଡେଣ୍ଟାଲ ସର୍ଜନ ନିଯୁକ୍ତି ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ମେରିଟ ଲିଷ୍ଟ ଦାଖଲ କରିବାରେ ଓପିଏସସି ବିଫଳ ହେବାରୁ ଓଡିଶା ଲୋକସେବା ଆୟୋଗ ଉପରେ ବର୍ଷିଥିଲେ ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ । ଏହି ପରୀକ୍ଷାର ସଂପୂର୍ଣ୍ଣ ମେରିଟ ଲିଷ୍ଟ ସହିତ ଅଧ୍ୟକ୍ଷ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ୨୦୧୭/୧୮ ମସିହାରେ ଓପିଏସସି ପକ୍ଷରୁ ହୋଇଥିବା ଡେଣ୍ଟାଲ ସର୍ଜନ ନିଯୁକ୍ତିରେ ଅନିୟମିତତା ନେଇ ଏକ ମାମଲା ହୋଇଥିଲା । ଡେଣ୍ଟାଲ ସର୍ଜନ ପାଇଁ ପରୀକ୍ଷା ହେବା ପରେ ଓପିଏସସି ଉତ୍ତର କପି ପ୍ରକାଶ କରିଥିଲା । କିନ୍ତୁ ଏହି ଉତ୍ତର କପି ତ୍ରୁଟି ଥିବା ୬ ଜଣ ଆଶାୟୀ ଓପିଏସସି ନିକଟରେ ଅଭିଯୋଗ କରିଥିଲେ । ଏହାପରେ ଓପିଏସସି ଏକ୍ସପର୍ଟ କମିଟି କରି ରିଭ୍ୟୁ କରିଥିଲା ।
କାଲି ସୁଦ୍ଧା ଡେଣ୍ଟାଲ ସର୍ଜନ ମେଧା ତାଲିକା : ହାଇକୋର୍ଟ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...