ନୂଆଦିଲ୍ଲୀ : ଆସନ୍ତା କାଲି ୧୧ଟାରେ ସିସିଏସ ବୈଠକ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ସିସିଏସ ବୈଠକ । ପାକ ବିପକ୍ଷରେ ଆସିପାରେ ବଡ ନିଷ୍ପତ୍ତି । ପ୍ରଥମ ସିସିଏସ ବୈଠକରେ ଆସିଥିଲା ୫ ବଡ ନିଷ୍ପତ୍ତି । ସିନ୍ଧୁ ନଦୀ ଚୁକ୍ତି ବାତିଲ, ପାକିସ୍ତାନୀଙ୍କ ଭିସା ରଦ୍ଦ ହୋଇଥିଲା । ମୋଦିଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହ, ବୈଦେଶିକ ମନ୍ତ୍ରୀ ଜୟଶଙ୍କର ଯୋଗ ଦେବେ। ଏନଏସଓ ଅଜିତ ଡୋଭାଲ, କ୍ୟାବିନେଟ ସଚିବ ଓ ପ୍ରତିରକ୍ଷା ସଚିବ ଉପସ୍ଥିତ ରହିବେ।ସୂଚନାଯୋଗ୍ୟ, ୨୨ ଏପ୍ରିଲରେ, ପାକିସ୍ତାନରୁ ଆସିଥିବା ଆତଙ୍କବାଦୀଙ୍କକ ଏକ ଗ୍ରୁପ କାଶ୍ମୀର ପହଲଗାମର ବୈସରଣ ଉପତ୍ୟକାରେ ବୁଲୁଥିବା ପର୍ୟ୍ୟଟକମାନଙ୍କୁ ଧର୍ମ ପଚାରି ହତ୍ୟା କରିଥିଲେ । ଏଥିରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଆକ୍ରମଣ ପରେ ଜମ୍ମୁ-କଶ୍ମୀରରୁ ବହୁ ସଂଖ୍ୟକ ପର୍ୟ୍ୟଟକ ବୁକିଂ କ୍ୟାନସଲ କରି ଫେରି ଯାଇଥିଲେ । ତେବେ ଘଟଣାକୁ କିଛିଦିନ ବିତିବା ପରେ ପର୍ୟ୍ୟଟକମାନେ ଧୀରେ ଧୀରେ ପହଲଗାମ ସମେତ ଅନ୍ୟାନ୍ୟ ସ୍ଥାନକୁ ଫେରୁଥିଲେ ।
କାଲି ୧୧ଟାରେ ପୁଣି ସିସିଏସ ବୈଠକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











