ଭୁବନେଶ୍ୱର : କାଲିଠୁ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ । ୨୯ ଓ ୩୦ ଦୁଇ ଦିନ ଧରି ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ । ଏ ନେଇ ସୂଚନା ଦେଲେ ବିଧାନସଭା ବାଚସ୍ପତି ସୁରମା ପାଢୀ । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ଆଲୋଚନା ହେବ । ଦୀର୍ଘ ୩୧ ବର୍ଷ ପରେ ଏହା ଓଡିଶାରେ ଆୟୋଜନ କରାଯାଉଛି । ଲୋକସଭା ବାଚସ୍ପତି, ରାଜ୍ୟସଭା ଉପାଧ୍ୟକ୍ଷ, କେନ୍ଦ୍ର ମନ୍ତ୍ରୀ ଭାଗ ନେବେ ।ଉଦ ଯାପନୀ ପରେ ପ୍ରତିନିଧିଙ୍କୁ କୋଣାର୍କ ସହ ଶ୍ରୀଜିଉଙ୍କ ଦର୍ଶନ ପାଇଁ ନିଆଯିବ । ଏହାକୁ ଲୋକସଭାର ବାଚସ୍ପତି ଓମ୍ ବିର୍ଲା ଉଦଘାଟନ କରିବେ । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀମାନେ ଯୋଗଦେବେ । ଏଥିରୁ ସାରା ଦେଶରୁ ୨୪୦ରୁ ଅଧିକ ଜଣ ପ୍ରତିନିଧି ଯୋଗ ଦେବେ । ଏହି ସମ୍ମିଳନୀର ବିଷୟବସ୍ତୁ ହେଉଛି ଆଦିବାସୀ ବିକାଶରେ ସଂସଦୀୟ କମିଟିର ଭୂମିକା । ଯାହା ସମ୍ପର୍କରେ ଆଲୋଚନା ହେବ । ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ସମେତ ରାଜ୍ୟ ମନ୍ତ୍ରୀମାନେ ଉଦବୋଧନ ଦେବେ ।
କାଲିଠୁ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ,ଉଦଘାଟନ କରିବେ ଲୋକସଭା ବାଚସ୍ପତି ଓମ୍ ବିର୍ଲା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











