The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

କାଲିଠୁ ଆରମ୍ଭ ହେବ ଐତିହାସିକ ବାଲିଯାତ୍ରା

Facebook
Twitter
LinkedIn

କଟକ : ଆରମ୍ଭ ହେବାକୁ ଯାଉଛି କଟକର ଐତିହାସିକ ବାଲିଯାତ୍ରା । ସପ୍ତାହେରୁ ଅଧିକ ସମୟ ଧରି ଲାଗିବ ମେଳା । ବାଲିଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଁଚିଛି । ବାଲିଯାତ୍ରା ପାଇଁ ଚଳଚଞ୍ଚଳ ହେଲାଣି ବାଲିଯାତ୍ରା ପଡିଆ । ଉକ୍ରଳୀୟ ପରମ୍ପରାକୁ ବହନ କରୁଥିବା ଏହି ଐତିହାସିକ ମହୋତ୍ସବକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ପ୍ରସ୍ତୁତ ହୋଇଛି ସେଲଫି ଜୋନ । କଟକ ଇନ୍ କଟକ ମଧ୍ୟରେ ପ୍ରାୟ ୧୦ଟି ସେଲଫି ଜୋନ ପ୍ରସ୍ତୁତ କରାଯାଇଛି । ଅଣ୍ଡର ୱାଟର ଟନେଲ ଆକ୍ୱାରିଆମର ବି ବ୍ୟବସ୍ଥା ରହିଛି । ସେହିପରି ଭଳି କି ଭଳି ଦୋଳି ମଧ୍ୟ ପ୍ରସ୍ତୁତ ହେଲାଣି । ଏଥିସହ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ୟ୍ୟକ୍ରମର ଆୟୋଜନ କରିବାକୁ ଯୋଜନା କରିଛନ୍ତି ଆୟୋଜକ । ଭିଡକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି । ବିଶେଷକରି ଟ୍ରାଫିକ୍ ବ୍ୟବସ୍ଥା ନିୟନ୍ତ୍ରଣ କରିବାକୁ ବିଶେଷ ଯୋଜନା କରିଛି କମିଶନରେଟ୍ ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login