The Ultimate Managed Hosting Platform
ADVERTISEMENT

କାଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ

Facebook
Twitter
LinkedIn

କାଶ୍ମୀର : ପହଲଗାମ ହମଲା ପରେ କାଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ । ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ । ଏୟାର ଇଣ୍ଡିଆ ପକ୍ଷରୁ ସ୍ୱତନ୍ତ୍ର ବିମାନ ବ୍ୟବସ୍ଥା । ପହଲଗାମର ବୈସରନ ଘାଟିରେ ମଙ୍ଗଳବାର ଦିନ ୨.୪୫ ରେ ହୋଇଥିବା ଆତଙ୍କୀ ଆକ୍ରମଣରେ ୨୦ ରୁ ଅଧିକ ପର୍ୟ୍ୟଟକ ଆହତ ହୋଇଥିବାର ସୂଚନା ଆସୁଛି । ଦ ରେଜିଷ୍ଟାନ୍ସ ଫ୍ରଣ୍ଟ ଅର୍ଥାତ୍ TRF ଏହି ଆକ୍ରମଣର ଦାୟିତ୍ବ ନେଇଛି । ଗୁଳି ବିନିମୟ ପରେ ଆତଙ୍କବାଦୀମାନେ ଘଟଣାସ୍ଥଳରୁ ଖସି ପଳାଇଥିଲେ । ଗୁଇନ୍ଦା ସୂତ୍ରରୁ ଜଣାପଡିଛି ଯେ ପହଲଗାମ ଆକ୍ରମଣରେ ୨ ଜଣ ପାକିସ୍ତାନୀ ଆତଙ୍କବାଦୀ ଏବଂ ୨ ଜଣ ସ୍ଥାନୀୟ ଆତଙ୍କବାଦୀ ସାମିଲ୍ ଥିଲେ । ପର୍ୟ୍ୟଟକଙ୍କ ଉପରେ ଆତଙ୍କୀଙ୍କ ଆକ୍ରମଣ ଖବର ପାଇବା ମାତ୍ରେ ପ୍ରଧାନମନ୍ତ୍ରୀ ମୋଦୀ ସାଉଦି ଆରବର ୨ ଦିନିଆ ଗସ୍ତ ବାତିଲ୍ କରି ବୁଧବାର ସକାଳେ ଭାରତ ଫେରି ଆସିଛନ୍ତି । ଏହି ଆତଙ୍କୀ ଆକ୍ରମଣରେ ନେପାଳ ଏବଂ ୟୁଏଇର ନାଗରିକ ମଧ୍ୟ ପ୍ରାଣ ହରାଇଛନ୍ତି । ଏହାଛଡ଼ା ଜଣେ ଆଇବି ଅଫିସର ଏବଂ ଜଣେ ନୌସେନା ଅଧିକାରୀ ଲେଫ୍ଟିନାଣ୍ଟ୍ ବିନୟ ନରୱାଲଙ୍କୁ ମଧ୍ୟ ଆତଙ୍କୀ ଗୁଳି କରି ହତ୍ୟା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login