ନୂଆଦିଲ୍ଲୀ : ଛତିଶଗଡ଼ର ବିଳାସପୁରରେ ଏକ ବଡ଼ ସଡ଼କ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସ୍ କେନ୍ଦା ଘାଟିରେ ଓଲଟି ପଡ଼ିବାରୁ ୨ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଛି। ଏଥିରେ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ବସଟି ବିଳାସପୁରରୁ ପ୍ରୟାଗରାଜ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଏହାପରେ ତୁରନ୍ତ ଆମ୍ବୁଲାନ୍ସ ସହାୟତାରେ ସମସ୍ତ ଆହତଙ୍କୁ ଡାକ୍ତରଖାନା ପଠାଇଥିଲା।
ମିଳିଥିବା ସୂଚନା ଅନୁସାରେ, ଏହି ଦୁର୍ଘଟଣା ରତନପୁର ଥାନା ଅଧୀନ ରତନପୁର ଛପରା ମୋଡନାର୍ ପେଣ୍ଡ୍ରା ନିକଟରେ ଘଟିଛି। ବସର ବେଗ ଅଧିକ ଥିବାରୁ ଡ୍ରାଇଭର ଗାଡ଼ିକୁ ନିୟନ୍ତ୍ରଣ କରିପାରି ନ ଥିଲେ। ଫଳରେ ବସ୍ ଭାରସାମ୍ୟ ହରାଇ ଘାଟିରେ ଓଲଟି ପଡିଥିଲା।ଦୁର୍ଘଟଣା ସମୟରେ ବସ୍ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ। ବସରେ ବସିଥିବା ସମସ୍ତ ଯାତ୍ରୀଙ୍କୁ ଆଘାତ ଲାଗିଛି। ସେଥିମଧ୍ୟରୁ ୧୨ ଜଣ ଯାତ୍ରୀ ଗୁରୁତର ଭାବେ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି ଦୁର୍ଘଟଣାରେ ୨ ଜଣ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ତିନିଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।ସେପଟେ ଏହି ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ଜମିଥିଲା। ଉପସ୍ଥିତ ଲୋକମାନେ ପୋଲିସକୁ ଘଟଣା ସମ୍ପର୍କରେ ସୂଚନା ଦେଇଥିଲେ।
କେନ୍ଦା ଘାଟିରେ ବସ୍ ଓଲଟି ୨ ମୃତ ,୪୦ ଆହତ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଶାରେ କଂଗ୍ରେସର ସ୍ଥାନ ନାହିଁ –ମନମୋହନ
ଭୁବନେଶ୍ୱର : କଂଗ୍ରେସକୁ ତୀବ୍ର ସମାଲୋଚନା କଲେ ମନମୋହନ ସାମଲ । ଓଡିଶାରେ କଂଗ୍ରେସର କୈାଣସି ସ୍ଥାନ ନାହିଁ କହିଲେ ମନମୋହନ । ସୁଯୋଗ ମିଳିଲେ ବି...
ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ
ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...
ରାହୁଲ ଅବାନ୍ତର କଥା କହୁଛନ୍ତି -ଆଇନମନ୍ତ୍ରୀ
ଭୁବନେଶ୍ୱର : ରାହୁଲଗାନ୍ଧୀ ଅବାନ୍ତର କଥା କହୁଛନ୍ତି କହିଲେ ଆଇନମନ୍ତ୍ରୀ । ବଳଭଦ୍ରଙ୍କ ରଥ ମୋଡ ନେବା କାରଣରୁ ରଥ ଟଣା ବିଳମ୍ବ ହେଲା । ଅଦାନୀଙ୍କ...
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ
ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...