ଉଦଳା : ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନବମ ଶ୍ରେଣୀ ଛାତ୍ରଙ୍କ ନିର୍ଯ୍ୟାତନା ଅଭିଯୋଗ । ଖୁଣ୍ଟା ଥାନା ବାସିପିଠା ସ୍ଥିତ ଏକ ଉଚ୍ଚ ବିଦ୍ୟାଳୟରେ ନିର୍ଯ୍ୟାତନା । ଛାତ୍ରଙ୍କୁ ମାଡ ମାରିବା ସହ ବ୍ଲେଡରେ ଆକ୍ରମଣ ଅଭିଯୋଗ । ଛାତ୍ରଙ୍କ ଦେହରେ ଶତାଧିକ କଟା ଦାଗ । ସ୍କୁଲ ହଷ୍ଟେଲରେ ରହୁଥିବା ବାରିପଦା ଭୁଗୁଡାକଟା ଅଞ୍ଚଳର ଷଷ୍ଠ ଶ୍ରେଣୀର ଜଣେ ଛାତ୍ରଙ୍କୁ ହଷ୍ଟେଲରେ ରହୁଥିବା ନବମ ଶ୍ରେଣୀ ଛାତ୍ରମାନେ ଦେଇଛନ୍ତି ଏଭଳି ନିର୍ୟାତନା ।
ସୂଚନା ଅନୁସାରେ ନବମ ଶ୍ରେଣୀ ଛାତ୍ରମାନେ ବସି ହଷ୍ଟେଲରେ ମଦ ପିଉଥିବାବେଳେ ଷଷ୍ଠ ଶ୍ରେଣୀ ଛାତ୍ର ଜଣକ ଦେଖିଥିଲେ । ଏ ନେଇ ପ୍ରଧାନଶିକ୍ଷକଙ୍କୁ ଜଣାଇଥିଲେ । ଉତ୍ତ୍ୟକ୍ତ ହୋଇ ନବମ ଶ୍ରେଣୀ ଛାତ୍ରମାନେ ତାକୁ ପରଦିନ ଏକ ରୁମ ଭିତରେ ଲୁହା ରଡ଼ରେ ମାଡ଼ ମାରିଥିଲେ । ଏହା ସହିତ ହାତକୁ ବ୍ଲେଡରେ କାଟି ଦେଇଥିଲେ ଏହା ପରେ ବିଧା, ଗୋଇଠା ମାରିବା ସହିତ କ୍ଷତ ସ୍ଥାନରେ ଲୁଣ ମାରି ନିର୍ୟାତନା ଦେଇଥିଲେ । କେବଳ ସେତିକି ନୁହେଁ ସୀମା ସରହଦ ଡେଇଁ ଛାତ୍ରମାନେ ଛୁରୀ ଦେଖାଇ ତାଙ୍କୁ ଜୀବନରୁ ମାରିଦେବାକୁ ଧମକ ମଧ୍ୟ ଦେଇଥିଲେ । ଛାତ୍ରଜଣକ ପରିବାର ଲୋକଙ୍କୁ ଜଣାଇବା ପରେ ଖୁଣ୍ଟା ଥାନାରେ ଲିଖିତ ଅଭିଯୋଗ ହୋଇଛି । ଅଭିଯୋଗକୁ ଆଧାର କରି ପୋଲିସ ତଦନ୍ତ ଆରମ୍ଭ କରିଛି ।
କୋମଳମତି ଷଷ୍ଠ ପିଲା ପ୍ରତି ବର୍ବରତା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











