କୋଲକତା : କୋଲକାତା: ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟର ଆଜି ହେବ ପଲିଗ୍ରାଫ ଟେଷ୍ଟ । ଗତକାଲି ପୂର୍ବତନ ପ୍ରିନସିପାଲ ସନ୍ଦୀପ ଘୋଷଙ୍କ ସମେତ ୬ ଜଣଙ୍କ ହୋଇଛି ଟେଷ୍ଟ । ଦିଲ୍ଲୀରୁ ଆସିଥିବା ସେଣ୍ଟ୍ରାଲ ଫରେନସିକ ସାଇନ୍ସ ଲାବରେଟୋରୀର ଏକ ମେଡିକାଲ ଟିମ କରିଛନ୍ତି ପଲିଗ୍ରାଫ ଟେଷ୍ଟ । ସେମିନାର ହଲରୁ ମିଳିଥିବା ଫିଙ୍ଗରପ୍ରିଣ୍ଟ ଅନୁସାରେ ୨ ଜଣ ପ୍ରଥମ ବାର୍ଷିକ ପିଜି ଟ୍ରେନି ଛାତ୍ରଙ୍କର ହୋଇଛି ଟେଷ୍ଟ । ସେପଟେ କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ସମସ୍ତ ତଦନ୍ତ ଯୋଗ୍ୟ ନଥିକୁ ସିବିଆଇକୁ ହସ୍ତାନ୍ତର କରିଛି ଏସଆଇଟି । ଆର୍ଥିକ ଅନିୟମିତତାର ତଦନ୍ତ ଭାର ସିବିଆଇକୁ ହସ୍ତାନ୍ତର କରିବା ଲାଗି ନିର୍ଦ୍ଦେଶ ଦେଇଥିଲେ କୋଲକାତା ହାଇକୋର୍ଟ । ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କ କାର୍ୟ୍ୟକାଳରେ ହୋଇଥିବା ଅନିୟମିତତାର ତଦନ୍ତ କରିବ ସିବିଆଇ ।
Views: 68











