ଭୁବନେଶ୍ୱର : ଦିନକୁ ଦିନ ଖସୁଛି ପାରଦ । ୧୨ ଡିଗ୍ରୀ ତଳେ ୧୩ ସହରର ତାପମାତ୍ରା । ଜି,ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ ରେକର୍ଡ । ସେମିଳିଗୁଡା ୭.୪, ଦାରିଙ୍ଗବାଡି ୮, ଫୁଲବାଣୀ ୯ ଡିଗ୍ରୀ ରେକର୍ଡ । ଟ୍ୱିନ ସିଟିରେ ତାପମାତ୍ରା ୧୩ ଡିଗ୍ରୀ ରେକର୍ଡ । ରାତି ବଡ଼ିଲେ ଜାଡକୁ ଶୀତ ବଢ଼ିବାରେ ଲାଗୁଛି। ଦିନରେ ଥଣ୍ଡାର ପ୍ରକୋପ ଅନୁଭବ ହେଉଥିବା ବେଳେ ରାତିରେ ଏହା ଆହୁରି ବୃଦ୍ଧି ପାଇ ବିନା ଗରମ ପୋଷାକ ହେଉ କି ବିନା ନିଆଁରେ ରହିବା କଷ୍ଟ ହୋଇପଡିଛି। ଗରିବ ଲୋକ ପ୍ରବଳ ଶୀତ ଯୋଗୁଁ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସ୍ଥାନୀୟ ସହରରେ ଆଜିର ତାପମାତ୍ରା ୫.୮ଡିଗ୍ରୀ ରେକର୍ଡ କରାଯାଇଥିବା ସ୍ଥାନୀୟ ଏଏମଏଫୟୁ ସେଣ୍ଟର ପକ୍ଷରୁ ସୂଚନା ମିଳିଛି। ସହରର ତାପମାତ୍ରା ଠାରୁ ଦୁର୍ଗମ ଜଙ୍ଗଲ ପାହାଡ଼ ଘେରା ଅଞ୍ଚଳରେ ଆହୁରି କମ ତାପମାତ୍ରା ରହୁଥିବା ଅନୁମାନ କରିହେଉଛି। ଚଳିତ ବର୍ଷ ବିଳମ୍ବରେ ଶୀତର ଆଗମନ ହୋଇଥିବା ବେଳେ ପ୍ରବଳ ବର୍ଷା ଯୋଗୁଁ ପ୍ରବଳ ଥଣ୍ଡା ହେବା ବି ଅନୁମାନ କରାଯାଉଛି। ଦିନକୁ ଦିନ ପାରଦ ଖସିବା ସହ ଶୀତ ବଢ଼ିବାରେ ଲାଗିଛି।
ଖସୁଛି ପାରଦ ; ୧୨ ଡିଗ୍ରୀ ତଳେ ୧୩ ସହର
Facebook
Twitter
LinkedIn
Facebook
Twitter
LinkedIn
Recent News
ଶୀତଦିନେ ଡାଏଟରେ ସାମିଲ କରନ୍ତୁ ଏହି ଜିନିଷ , ହାର୍ଟ ଓ ମସ୍ତଷ୍କ ପାଇଁ ଭଲ
ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ
ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...
ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା
ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...
ଗୃହରେ ପାଣ୍ଡିଆନ ତାତି
ଭୁବନେଶ୍ୱର : ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ କହି ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ...











