ପୁରୀ : ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ସ୍ଥାନାନ୍ତର ହେବ ଖାଲି କରାଯାଇଥିବା ଆଲମିରା ଓ ସିନ୍ଦୁକ । ନୀଳାଦ୍ରି ମ୍ୟୁଜିୟମ୍ ନିକଟ ଏକ ରୁମକୁ ସ୍ଥାନାନ୍ତର କରାଯିବ । ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ଏସଓପି ଅନୁସାରେ ଖୋଲିବ ରତ୍ନଭଣ୍ଡାର । ଦିନ ୧ଟାରୁ ଆରମ୍ଭ ହେବ ସ୍ଥାନାନ୍ତରଣ ପ୍ରକ୍ରିୟା । ସ୍ଥାନାନ୍ତର ସରିବା ଯାଏଁ ସାଧାରଣ ଦର୍ଶନ ବନ୍ଦ, ଅବଢା ମିଳିବ । ରାଜ୍ୟସରକାର ଧାର୍ୟ୍ୟ କରିଥିବା ଏସଓପି ମାଧ୍ୟମରେ ଦିନ ଗୋଟାଏରୁ ଏହି କାର୍ୟ୍ୟ କରାଯିବ। ମହାପ୍ରଭୁଙ୍କ ନୀତିକାନ୍ତିରେ ଯେପରି ବାଧା ନଉପୁଯିବ ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ବିଶେଷ ନୀତିନିର୍ଘଣ୍ଟ ପ୍ରସ୍ତୁତ କରିଛି । ଦିନ ଗୋଟାଏରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ତେବେ ଭକ୍ତମାନେ ମହାପ୍ରସାଦ ପାଇବାରେ କୌଣସି ସମସ୍ୟା ହେବନି । ଆନନ୍ଦ ବଜାରରୁ ମହାପ୍ରସାଦ କିଣିବା ପାଇଁ ଶ୍ରଦ୍ଧାଳୁମାନେ ସିଂହଦ୍ବାରରେ ପ୍ରବେଶ କରି ଉତ୍ତର ଦ୍ବାରରେ ପ୍ରସ୍ଥାନ କରିପାରିବେ। ଗତ ଜୁଲାଇ ୧୪ ତାରିଖରେ ରତ୍ନଭଣ୍ଡାର ଖୋଲାଯାଇଥିଲା। ୧୧ଜଣିଆ ପ୍ରତିନିଧି ଦଳ ଭିତରକୁ ଯାଇଥିଲେ ହେଁ ସିନ୍ଦୁକ ଓ ଆଲମିରା ଖୋଲିନଥିଲେ। ତେଣୁ ଜୁଲାଇ ୧୮ ତାରିଖରେ ପୁନର୍ବାର ଭିତର ରତ୍ନଭଣ୍ଡାର ଖୋଲାଯାଇ ୩ଟି ସିନ୍ଦୁକ ଓ ୪ଟି ଆଲମାରିରେ ଥିବା ଅଳଙ୍କାର ସ୍ଥାନାନ୍ତର କରାଯାଇଥିଲା। ଏହା ମଧ୍ୟରେ ତିନିଟି କାଠ ଆଲମିରା, ଗୋଟିଏ ଷ୍ଟିଲ ଆଲମିରା, ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଛି। ରତ୍ନଭଣ୍ଡାରର ଅଳଙ୍କାର ଖଟଶେଜ ଘର ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯାଇ ସୁରକ୍ଷାବଳୟ ମଧ୍ୟରେ ରଖାଯାଇଛି।
ଖୋଲିବ ରତ୍ନଭଣ୍ଡାର , ଶ୍ରୀଜିଉଙ୍କ ଦର୍ଶନ ବନ୍ଦ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











