ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧,୮୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୦୦ରୁ ଯଥେଷ୍ଟ ଅଧିକ ହୋଇଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୮୦୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୮୦୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୦୫,୯୫୨ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ୬ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୮୩୭କୁ ବୃଦ୍ଧି ପାଇଛି। ଆଜି ଚଣ୍ଡୀଗଡ଼, ଗୁଜରାଟ, ହିମାଚଳ ପ୍ରଦେଶ ଓ ମଧ୍ୟପ୍ରଦେଶରୁ ଗୋଟିଏ ଲେଖାଏଁ ମୃତ୍ୟୁ ରେକର୍ଡ କରାଯାଇଥିବା ବେଳେ ପିଛିଲା ଭାବେ କେରଳ ୨ଟି ମୃତ୍ୟୁ ସାମିଲ କରିଛି। ଦେଶରେ ଦୈନିକ କୋଭିଡ୍-୧୯ ‘ପଜିଟିଭିଟି’ ହାର ୩.୧୯% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୧.୩୯% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।
ଗତ ୨୪ ଘଣ୍ଟାରେ ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧,୮୦୦ ଉପରେ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











