ଭୁବନେଶ୍ୱର : ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ । ଆଜି ଏହା ଉତ୍ତର- ପଶ୍ଚିମ ଦିଗରେ ଗତି କରିବା ସହ ଅବପାତର ରୂପ ନେଇ ଆସନ୍ତାକାଲି ସୁଦ୍ଧା ତାମିଲନାଡୁ ଓ ପଣ୍ଡିଚେରୀ ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିମି ଯାଏ ରହିବ । ଝଟକା ପବନର ବେଗ ଘଣ୍ଟାପ୍ରତି ୬୬ କିମି ଯାଏ ରହିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁସାରେ, ବାତ୍ୟାର ପ୍ରଭାବ ସିଧାସଳଖ ଭାବେ ଓଡ଼ିଶାରେ ନଥିବା ବେଳେ ବାୟୁର ଦିଗ ପରିବର୍ତ୍ତନକୁ ନେଇ ସମୁଦ୍ର ମଧ୍ୟରୁ ସ୍ଥଳଭାଗକୁ ଆର୍ଦ୍ର ବାୟୁ ପ୍ରବେଶ କରୁଛି । ଆଜି ଓ ଆସନ୍ତାକାଲି ଉପକୂଳ ଓ ଦକ୍ଷିଣ ଓଡିଶାର ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । ୩୦ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆଗାମୀ ୨୪ ଘଣ୍ଟା ପରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ସମ୍ଭାବନା ରହିଛି।
ଫଳରେ ଆର୍ଦ୍ରତାର ମାତ୍ରା ଅଧିକା ରହୁଛି । ମାତ୍ରାଧିକ ଆର୍ଦ୍ରତା ଯୋଗୁଁ ଓଡ଼ିଶାରେ ପାଗ ମେଘୁଆ ସହ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
ଗଭୀର ଅବପାତ ପ୍ରଭାବରେ ଆଜି ଓ ଆସନ୍ତାକାଲି ବର୍ଷା ସମ୍ଭାବନା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











