The Ultimate Managed Hosting Platform
ADVERTISEMENT

ଗାଜିଆବାଦରେ ଏକ ମଦ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

Facebook
Twitter
LinkedIn

ଗାଜିଆବାଦ : ଗାଜିଆବାଦ ନନ୍ଦଗ୍ରାମ ଥାନା ଅନ୍ତର୍ଗତ ଏକ ମଦ ଦୋକାନରେ ଅଗ୍ନିକାଣ୍ଡ ଘଟିଛି । ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ସମସ୍ତ ଜିନିଷ ଜଳିପୋଡି ପାଉଁଶ ହୋଇଯାଇଛି । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ୪ଟି ଦମକଳ ବାହିନୀ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ପ୍ରାୟ ରାତି ୧ଟା ସମୟରେ ନିଆଁ ଲାଗିଥିବା ଜଣାପଡିଛି । ନିଆଁ ଏତେ ଭୟଙ୍କର ଥିଲା ଯେ, କ୍ଷଣିକ ମଧ୍ୟରେ ଜୋରରେ ନିଆଁ ବ୍ୟାପିଯାଇଥିଲା । ନିଆଁକୁ ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ୪ଟି ଗାଡି ପହଞ୍ଚିଥିଲେ । ପ୍ରାୟ ୧ଘଣ୍ଟାର ପରିଶ୍ରମ ପରେ ନିଆଁକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଥିଲେ ଅଗ୍ନିଶମ ବାହିନୀ । ଅଗ୍ନିକାଣ୍ଡରେ କୌଣସି ବ୍ୟକ୍ତିଙ୍କର ଜୀବନହାନି ହୋଇନାହିଁ ବୋଲି ସ୍ପଷ୍ଟ କରିଛି ପୋଲିସ । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ପୋଲିସ ମଧ୍ୟ ପହଞ୍ଚି ଘଟଣାକୁ ଯାଞ୍ଚ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login