କଟକ : ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା କିଶନନଗର ଥାନା ଅଧିନସ୍ତ ବିଶ୍ୱାଳପଡା ଗାଁରେ । ଘର ମାଲିକ ନଥିବା ବେଳେ କବାଟ ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କାର ଅଳଙ୍କାର ଏବଂ ଟଙ୍କା ଲୁଟ ଅଭିଯୋଗ ହୋଇଛି । ତେବେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଲୁଟ ହୋଇଥିବାର ଅନୁମାନ କରାଯାଉଛି । ସୂଚନା ମୁତାବକ, ଘର ମାଲିକ ଦେବାଶିଷ ପାତ୍ର ବାଙ୍ଗାଲୋରରେ କାର୍ୟ୍ୟ କରନ୍ତି । ତେବେ ତାଙ୍କ ଗାଁ ଘରର ରକ୍ଷଣାବେକ୍ଷଣ କରନ୍ତି ଦେବାଶିଷଙ୍କ ମାଉସୀ ଶକୁନ୍ତଳା ବେଉରା । ଶକୁନ୍ତଳାଙ୍କ ଶାଶୁ ଦେହ ଅସୁସ୍ଥ ଥିବାରୁ ଚାରିଦିନ ହେବ ସେ ବିଶ୍ୱାଳପଡ଼ା ଘରକୁ ଆସି ନଥିଲେ । ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମ୍ ସହ ତଦନ୍ତ କରିଛି । କିନ୍ତୁ ଏ ପର୍ୟ୍ୟନ୍ତ ପୋଲିସ ଲୁଟେରାଙ୍କ ସୁରାକ ପାଇନାହିଁ । ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଲୁଟେରାଙ୍କ ପ୍ରାଦୁର୍ଭାବ । ଆଜିକାଲି ଯୁଗରେ ଅନେକ ସମୟରେ ଜନସାଧାରଣ ଏହି ଲୁଟେରାଙ୍କ ଶୀକାର ହେଉଥିବା ନଜର ଆସୁଛି ।
ଘରେ କେହି ନ ଥିବାର ସୁଯୋଗ ନେଇ କଳାକନା ବୁଲାଇଲେ ଦୁର୍ବୁତ୍ତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











