The Ultimate Managed Hosting Platform
ADVERTISEMENT

ଚଳନ୍ତା ଟ୍ରେନରୁ ଖସି ୫ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ମୁମ୍ବାଇ : ମୁମ୍ବାଇର ଥାଣେ ଅଞ୍ଚଳରେ ଟ୍ରେନ ଟ୍ରାକକୁ ଖସିପଡିଲେ । ଟ୍ରେନରୁ ଖସି ଅନେକ ଯାତ୍ରୀ ଆହତ ହୋଇଥିବା ସୂଚନା । ଟ୍ରେନରୁ ଅନେକ ଯାତ୍ରୀ ଧାରଣାକୁ ଖସି ପଡିଥବା ବେଳେ ୫ ଜଣଙ୍କ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣା ପରେ ରେଲୱେ ଓ ଜିଆରପିର ଅଧିକାରୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ମିଳିଥିବା ସୂଚନାନୁସାରେ, ୧୦ ରୁ ୧୨ ଯାତ୍ରୀ ଟ୍ରେନରୁ ଖସି ପଡିଛନ୍ତି । ଟ୍ରେନରେ ଅତ୍ୟଧିକ ଭିଡ଼ କାରଣରୁ ଏଭଳି ଅଘଟଣ ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ମୃତକମାନଙ୍କୁ ଚିହ୍ନଟ କରାଯାଉଛି। ସମସ୍ତ ମୃତକଙ୍କ ବୟସ ୩୦ ରୁ ୩୫ ବର୍ଷ ମଧ୍ୟରେ। ପ୍ରାଥମିକ ତଦନ୍ତ ଅନୁସାରେ, ଯାତ୍ରୀମାନେ ଦ୍ୱାରରେ ଝୁଲି ଯାତ୍ରା କରୁଥିଲେ । ଏହି ସମୟରେ ଏହି ଦୁର୍ଘଟଣା ଘଟିଥିଲା । ଉଦ୍ଧାରକାରୀ ଦଳ, ପୋଲିସ ସହ ଅନ୍ୟ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି । ସକାଳ ପ୍ରାୟ ୧୦ଟା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login