ଲମତାଫୁଟ : ଚାରା ବୋଝେଇ ଟ୍ରକରୁ ଗଞ୍ଜେଇ ଜବତ । ଜଣେ ଗିରଫ ହୋଇଥିବା ବେଳେ ଅନ୍ୟ ଜଣେ ଫେରାର ହୋଇଛନ୍ତି । କୋରାପୁଟ ଜିଲ୍ଲା ପାଡୁଆ ଥାନା ପୋଲିସକୁ ମିଳିଛି ବଡ ସଫଳତା । ନିମ୍ବ ଚୋରା ବୋଝେଇ ଗାଡିରୁ ୧ ଟନ ଗଞ୍ଜେଇ ଜବତ ହୋଇଛି । ଜବତ ୧ ଟନ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି ଟଙ୍କା ହେବ । ଏହି ଗଞ୍ଜେଇ ସ୍ଥାନୀୟ ବୁଡିଂ ଗାଁରୁ ରାଜସ୍ଥାନକୁ ଚାଲାଣ କରା ଯାଉଥିଲା ବୋଲି ଜଣା ପଡ଼ିଛି । ଗଞ୍ଜେଇ ଚୋରା ଚାଲାଣ ଘଟଣାରେ ଗାଡ଼ି ଡ୍ରାଇଭରକୁ ପୋଲିସ ଅଟକ ରଖିଥିବା ବେଳେ ଅନ୍ୟ ଜଣେ ଫେରାର ହୋଇ ଯାଇଛି । ଏହି ମାମଲାରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି ।ସୂଚନା ଅନୁସାରେ କୋରାପୁଟ ଏସପିଙ୍କ ନିର୍ଦ୍ଦେଶ କ୍ରମେ ନନ୍ଦପୁର ଏସଡିପିଓଙ୍କ ନେତୃତ୍ୱରେ ପାଡୁଆ ଥାନା ପୋଲିସ ରାସ ଅଫିସ୍ ନିକଟରେ ନାକା ବନ୍ଦୀ କରି ଜଗି ରହିଥିଲା । ଏହି ସମୟରେ ବିପରୀତ ଦିଗରୁ ଏକ ରାଜସ୍ଥାନ ରେଜିଷ୍ଟ୍ରେସନ୍ ନଂ ଆଇଚର ଗାଡ଼ି ଆସିଥିଲା । ଗାଡ଼ିକୁ ଅଟକାଇ ଯାଞ୍ଚ ବେଳେଡାଲା ଭିତରେ ନିମ୍ବ ଚାରା ସହିତ ବିପୁଳ ପରିମାଣରେ ଗଞ୍ଜେଇ ଦେଖିବାକୁ ମିଳିଥିଲା ।
ଚାରା ବୋଝେଇ ଟ୍ରକରୁ ଗଞ୍ଜେଇ ଜବତ, ଜଣେ ଗିରଫ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











