ନୂଆଦିଲ୍ଲୀ : ଛତିଶଗଡ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ । କଡା ସୁରକ୍ଷାରେ ମାଓ ପ୍ରବଣ ୨୦ଟି ଆସନରେ ଭୋଟିଂ । ପୂର୍ବ ମୁଖ୍ୟମନ୍ତ୍ରୀ ରମଣ ସିଂଙ୍କ ସମେତ ମଇଦାନରେ ୨୨୩ ପ୍ରାର୍ଥୀ । ମିଜୋରାମରେ ମଧ୍ୟ ସମସ୍ତ ୪୦ ଆସନ ପାଇଁ ମତଦାନ ଜାରି ।
୯୦ ବିଧାନସଭା ଆସନ ବିଶିଷ୍ଟ ଛତିଶଗଡ଼ରେ ଦୁଇଟି ପର୍ୟ୍ୟାୟରେ ମୋଟ ୧୧୮୧ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି । ପ୍ରଥମ ପର୍ୟ୍ୟାୟରେ ୨୦ଟି ଆସନ ଲାଗି ୨୨୩ ପ୍ରାର୍ଥୀ ଲଢୁଥିବାବେଳେ ଦ୍ବିତୀୟ ପର୍ୟ୍ୟାୟରେ ୭୦ ଆସନ ଲାଗି ୯୫୮ ଜଣ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି । ପ୍ରଥମ ପର୍ୟ୍ୟାୟରେ ବସ୍ତରର ୭ଟି ନକ୍ସଲ ପ୍ରଭାବିତ ଜିଲ୍ଲା ଏବଂ ଅନ୍ୟ ୪ଟି ଜିଲ୍ଲାରେ ମତଦାନ ଅନୁଷ୍ଠିତ ହେବ।
ସେପଟେ ଆଜି ମିଜୋରମର ସମସ୍ତ ୪୦ଟି ବିଧାନସଭା ଆସନ ପାଇଁ ଚାଲିଛି ଭୋଟ ଗ୍ରହଣ । ରାଜ୍ୟର ୮ଲକ୍ଷ ୫୨ ହଜାରରୁ ଅଧିକ ଭୋଟର ୧୭୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ମତଦାନ ପାଇଁ ୧୨୭୬ଟି ପୋଲିଂ ବୁଥ ଗଠନ ହୋଇଛି। ସୁରୁଖୁରୁରେ ନିର୍ବାଚନ କରାଇବା ପାଇଁ ୫୦ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ମୁତୟନ ହୋଇଛନ୍ତି।
ଛତିଶଗଡ, ମିଜୋରାମରେ ମତଦାନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











