ଜଗତସିଂହପୁର : ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚତୁର୍ଥ ପର୍ଯ୍ୟାୟରେ ୫ଟି ଅନ୍ତର୍ଗତ ଜଗତସିଂହପୁର ଜିଲ୍ଲାର ୫୭ ଗୋଟି ରୂପାନ୍ତରିତ ହାଇସ୍କୁଲ ରହିଛି। ମୁଖ୍ୟମନ୍ତ୍ରୀ ଶିକ୍ଷାର ବିକାଶ ଦିଗରେ ଆସିଥିବା ଉଲ୍ଲେଖନୀୟ ପରିବର୍ତ୍ତନ ସହ ଛାତ୍ରଛାତ୍ରୀମାନଙ୍କୁ ଆଗକୁ ବଢିବା ପାଇଁ ପ୍ରେରଣା ଦେଇଥିଲେ।ରୂପାନ୍ତରିତ ବିଦ୍ୟାଳୟର ବିଭିନ୍ନ ଅତ୍ୟାଧୁନିକ ସୁବିଧାସୁଯୋଗର ସଦୁପଯୋଗ କରି ଜୀବନ ରେ ଉନ୍ନତି କରିବାପାଇଁ କହିଥିଲେ। ୫ଟି ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍ ମଧ୍ୟ ରୁପାନ୍ତରିତ ହାଇସ୍କୁଲ ର ସଫଳତା ବିଷୟରେ କହିଥିଲେ ଏବଂ ଅଭିଜ୍ଞତା ବାଣ୍ଟିଥିବା ଛାତ୍ର ଛାତ୍ରୀ ମାନଙ୍କୁ ସେମାନଙ୍କର ଭବିଷ୍ୟତର ଲକ୍ଷ୍ୟ ପଚାରିଥିଲେ।ଜିଲ୍ଲା ପକ୍ଷରୁ ବିରିଡି ବ୍ଲକ ଅନ୍ତର୍ଗତ ଅଷ୍ଟଶମ୍ଭୁ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ, ହାଜିପୁର ପରିସରରେ ଆୟୋଜିତ ଏହି ଲୋକାର୍ପଣ ଉତ୍ସବରେ ସରକାରୀ ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଧାୟକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ସାଂସଦ ଡା. ରାଜଶ୍ରୀ ମଲ୍ଲିକ, ତିର୍ତ୍ତୋଲ ବିଧାୟକ ଶ୍ରୀ ବିଜୟ ଶଙ୍କର ଦାସ, ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରି ପ୍ରମୁଖ ମଞ୍ଚାସୀନ ଥିଲେ। ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ୟ୍ୟକ୍ରମରେ ଜିଲ୍ଲାପାଳ ୫ଟି ରୂପାନ୍ତରୀକରଣ ସମ୍ପର୍କରେ ସଂକ୍ଷିପ୍ତ ବିବରଣୀ ପ୍ରଦାନ କରିଥିଲେ। ଜିଲ୍ଲାରେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ପର୍ୟ୍ୟାୟରେ ୧୯୬ ଟି ବିଦ୍ୟାଳୟ ର ରୂପାନ୍ତରିକରଣ ହୋଇସାରିଚି । ଏଥି ମଧ୍ୟରେ ବାଲିକୁଦା ରେ ୧୨ ଟି, ବିରିଡ଼ି ରେ ୫ ଟି ,ଏରସମା ୮,ଜଗତସିଂହପୁର ବ୍ଲକ୍ ଓ ମୁନିସିପାଲିଟି ରେ ୭,କୁଜଙ୍ଗ ଓ ପାରାଦ୍ଵୀପ ମୁନିସିପାଲିଟି ରେ ୬(ଗୋଟିଏ ଓଏଭି),ନାଉଗାଁ ର ୫ ରଘୁନାଥପୁର ର ୪ ଏବଂ ତିର୍ତ୍ତୋଲ ବ୍ଲକ୍ ର ୧୦ ଟି ବିଦ୍ୟାଳୟ ଅନ୍ତର୍ଭୁକ୍ତ। ପରେ ଅଷ୍ଟଶମ୍ଭୁ ବାଳିକା ଉଚ୍ଚ ବିଦ୍ୟାଳୟ ର ଅଷ୍ଟମ ଶ୍ରେଣୀ ଛାତ୍ରୀ ଶୁଭଶ୍ରୀ ପଣ୍ଡା ବିଦ୍ୟାଳୟ ରୂପାନ୍ତରିକରଣ ଓ ନିଜର ଅଭିଜ୍ଞତାର ପରିପ୍ରକାଶ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ୫ଞ ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍ ଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ।
ଜଗତସିଂହପୁର ଜିଲ୍ଲାରେ ଲୋକାର୍ପିତ ହେଲା ୫୭ଟି ରୂପାନ୍ତରିତ ବିଦ୍ୟାଳୟ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











