ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଆଗାମୀ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାପାଳ ପାରୁଲ ପଟାୱାରୀ ଅଧ୍ୟକ୍ଷତା କରି ଆଗାମୀ ୨୬ ତାରିଖରେ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁଥିବା ଜିଲ୍ଲା ସ୍ତରିୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ସଂକ୍ରାନ୍ତୀୟ ଯୋଜନା ଓ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିବା ସହ ସୂଚନା ଦେଇଥିଲେ । ଓ ଏହାକୁ ସଫଳତାର ସହ ସମ୍ପାଦନ କରିବା ପାଇଁ ସମସ୍ତ ଅଧିକାରୀମାନଙ୍କୁ ଅନୁରୋଧ କରିଥିଲେ । ଏହି ପ୍ରସ୍ତୁତି ବୈଠକରେ ଜଗତସିଂହପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ ,ଅତିରିକ୍ତ ଜିଲ୍ଲାପାଳ ଲଗ୍ନଜିତ ରାଉତ , ଉପଜିଲ୍ଲାପାଳ ପ୍ରଦୀପ କୁମାର ସାହୁଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀ , ବୁଦ୍ଧିଜୀବି , ଆଇନଜୀବୀ ଓ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ ।
Views: 113











