ନୂଆଦିଲ୍ଲୀ : ନୂଆଦିଲ୍ଲୀର ବିଜ୍ଞାନ ଭବନରେ ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସାମରୋହ ଅନୁଷ୍ଠିତ ହୋଇଛି । ଏହି ସମାରୋହରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ କଳାକାରଙ୍କୁ ସମ୍ମାନିତ କରିଛନ୍ତି । ୨୦୨୩ରେ ରିଲିଜ ହୋଇଥିବା ଫିଲ୍ମ ଆଧାରରେ ଆୱାର୍ଡ ଦିଆଯାଉଛି । ଶାହରୁଖ ଖାନ ଏବଂ ବ୍ରିକାନ୍ତ ମେସିଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି । ଫିଲ୍ମ ‘ଯବାନ’ ପାଇଁ ଶାହରୁଖ ଖାନ୍ଙ୍କୁ ଶ୍ରେଷ୍ଠ ଅଭିନେତା ସମ୍ମାନ ପାଇଥିବା ବେଳେ ’୧୨ଗ୍ଧଷ ଫେଲ୍’ ଫିଲ୍ମ ପାଇଁ ବିକ୍ରାନ୍ତ ମେସିଙ୍କୁ ଶ୍ରେଷ୍ଠ ଅଭିନେତା ସମ୍ମାନ ମିଳିଛି । ‘ମିସେସ୍ ଚାଟାର୍ଜୀ ଠଗ୍ଦ ନରୱେ’ପାଇଁ ରାଣୀ ମୁଖାର୍ଜୀଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ସମ୍ମାନ ମିଳିଛି । ମାଲାୟଲମ ସୁପରଷ୍ଟାର ମୋହନଲାଲଙ୍କୁ ଦାଦା ସାହେବ ଫାଲକେ ଆୱାର୍ଡ ମିଳିଛି । ଦ ସି ଆଣ୍ଡ ସେଭେନ ଭିଲେଜକୁ ଶ୍ରେଷ୍ଠ ଫିଚର ଫିଲ୍ମ ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି । ଯାହାର ପ୍ରଯୋଜନା ଡ. ଇତି ସାମନ୍ତ ଦେଇଥିବା ବେଳେ ନିର୍ଦ୍ଦେଶନା ଦେଇଛନ୍ତି ହିମାଂଶୁ ଖଟୁଆ । ପୁଷ୍କରାକୁ ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ସମ୍ମାନ ମିଳିଛି । ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ ।
ଜାତୀୟ ଚଳଚ୍ଚିତ୍ର ପୁରସ୍କାର ; ଶ୍ରେଷ୍ଠ ନାୟକ ଶାହାରୁଖ ଏବଂ ବିକ୍ରାନ୍ତ , ଶ୍ରେଷ୍ଠ ଅଭିନେତ୍ରୀ ରାଣୀ ମୁଖାର୍ଜୀ । ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ‘ପୁଷ୍କରା’
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











