ଭୁବନେଶ୍ୱର : ଜାନୁୟାରୀ ୧୦ ସୁଦ୍ଧା ସବୁ ଜିଲ୍ଲାରେ ଧାନକିଣା ପ୍ରକ୍ରିୟା ଆରମ୍ଭ । ରାଜ୍ୟରେ ଧାନକିଣା ପ୍ରକ୍ରିୟା ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି । ଧାନକିଣା ପ୍ରକ୍ରିୟାରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ପର୍ୟ୍ୟନ୍ତ ରାଜ୍ୟର ୧୨ଟି ଜିଲ୍ଲାରେ ଧାନ କ୍ରୟ ପ୍ରକ୍ରିୟା ଚାଲୁରହିଛି । ୧୭ଟି ଜିଲ୍ଲାରେ ଟୋକନ୍ ପ୍ରଦାନ କରାଯାଇଛି । ଆଗାମୀ ଗୋଟିଏ ସପ୍ତାହ ମଧ୍ୟରେ ଆଉ ୫ ଜିଲ୍ଲାରେ ଧାନକିଣା ଆରମ୍ଭ ହେବ। ବର୍ତ୍ତମାନ ସୁଦ୍ଧା ୧ଲକ୍ଷ ୧୧ହଜାର ୧୨୮ ଜଣ କୃଷକ ତାଙ୍କର ୪ଲକ୍ଷ ୯୭ହଜାର ୫୯୪ ମେଟ୍ରିକ୍ ଟନ୍ ଧାନ ବିକ୍ରୟ କରିପାରିଛନ୍ତି । ଏପର୍ୟ୍ୟନ୍ତ ପ୍ରାୟ ୧୦୫୬.୦୮ କୋଟି ଟଙ୍କାର ଅର୍ଥପ୍ରଦାନ କରାଯାଇଛି। ବୈଠକରେ ଧାନ ସଂଗ୍ରହରେ ଯେପରି ସମ୍ପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ୱନ ହେବ ଏବଂ କୌଣସି ପରିସ୍ଥିତିରେ ଚାଷୀମାନଙ୍କ ହକ ଉପରେ ଆଞ୍ଚ ନଆସିବ, ତାକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲ୍ଲାରେ ଧାନ କିଣା ହେବ ; ମୁଖ୍ୟମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











