ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ଜାନୁଆରୀ ୧୫ ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଚଳିତ ବର୍ଷ ମାର୍ଚ୍ଚ ୩୦ ସୁଦ୍ଧା ‘ସୁଭଦ୍ରା’ ଆବେଦନ କଲେ ବି ଆବେଦନକାରୀ ମହିଳାଙ୍କୁ ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ ବୋଲି କହିଛନ୍ତି । ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନକଲା ଯାଏଁ ଚାଲିବ ପଞ୍ଜୀକରଣ । ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ମିଳିବ ପ୍ରଥମ କିସ୍ତି ଟଙ୍କା । ଏଥିପାଇଁ ବ୍ୟାଙ୍କ ଗୁଡିକ ସହିତ ବୈଠକ ସରିଲାଣି । ଏବେ ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲୁଛନ୍ତି । ତେଣୁ ଯାହାର ୫ ଏକର ଜମି ଅଛି ବା ନାହିଁ, ଏହି ଦ୍ଵନ୍ଦ ପାଇଁ ଡିସେମ୍ବର ୩୦ ଯାଏଁ ସମୟ ଦିଆ ଯାଇଥିବା ବେଳେ ବର୍ତ୍ତମାନ ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି । ତେଣୁ ଜାନୁଆରୀ ୧୫ ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା ଆସିବା ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ।
ଜାନୁଆରୀ ୧୫ ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











