କେନ୍ଦ୍ରାପଡା : ଜାନୁଆରୀ ୨୨ରେ ମଦ ରହିବ ମଦ ଦୋକାନ । ଏ ନେଇ ନିଦେ୍ର୍ଦଶ ଦେଇଛନ୍ତି କେନ୍ଦ୍ରାପଡା ଜିଲ୍ଲାପାଳ । କେନ୍ଦ୍ରାପଡାରେ ସମସ୍ତ ମଦ ଦୋକାନ ବନ୍ଦ ରଖିବାକୁ ନିଦେ୍ର୍ଦଶ ରହିଛି । ୫ଶହ ବର୍ଷର ସଂଘର୍ଷ ପରେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ଦେଶର ଅନେକ ରାଜ୍ୟରେ ସେହି ଦିନ ଛୁଟି ଘୋଷଣା କରାଯାଇଛି। ନିଶାଦ୍ରବ୍ୟ ବନ୍ଦ କରିବା ପାଇଁ ନିର୍ଦେଶ ଦିଆଯାଇଛି।
ଅନ୍ୟପଟେ ବିଜେପି ରାଜ୍ୟ ମୁଖପାତ୍ର ଦିଲ୍ଲୀପ ମଲ୍ଲିକ କହିଛନ୍ତି, ଅନ୍ୟ ରାଜ୍ୟ ଭଳି ଓଡ଼ିଶା ସରକାର ମଧ୍ୟ ଜାନୁଆରି ୨୨ ତାରିଖରେ ଛୁଟି ଘୋଷଣା କରନ୍ତୁ। ଉକ୍ତ ଦିନକୁ ପୂଣ୍ୟ ଓ ପବିତ୍ର ଦିନ ଭାବେ ପାଳନ କରିବା ପାଇଁ ଆହ୍ୱାନ ଦେବା ସହ ନିଶାଦ୍ରବ୍ୟ ବିକ୍ରି ମଧ୍ୟ ବନ୍ଦ କରାନ୍ତୁ ବୋଲି ବିଜେପି ଦାବି କରିଛି। ୧୮ ତାରିଖରେ ଗର୍ଭଗୃହରେ ରାମଲାଲାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ହେବ ଏବଂ ୨୨ତାରିଖରେ ପ୍ରାଣ ପ୍ରତିଷ୍ଠା କରାଯିବ। ଦିନ ୧୨ଟାରୁ ୧ଟା ମଧ୍ୟରେ ୪୦ମିନିଟ୍ ଧରି ରାମଲଲାଙ୍କ ପ୍ରାଣପ୍ରତିଷ୍ଠା କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ। ତେଣୁ ସେ ଦିନ ରାଜ୍ୟରେ ଛୁଟି ଘୋଷଣା କରିବା ପାଇଁ ବିଜେପି ପକ୍ଷରୁ ଦାବି କରାଯାଇଛି।












