ନୂଆଦିଲ୍ଲୀ : ଧାର୍ଯ୍ୟ ହେଲା ସମୟ । ଅଯୋଧ୍ୟା ରାମ ମନ୍ଦିର ୨୦୨୪ ଜାନୁଆରୀ ୨୨ରେ ଉଦଘାଟନ ହେବ । ୨୨ ତାରିଖ ଦିନ ୧୨ଟା ୩୦ରୁ ୧ଟା ମଧ୍ୟରେ ହେବ ଉଦଘାଟନ କାର୍ୟ୍ୟକ୍ରମ । ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରାଣ ପ୍ରତିଷ୍ଠା ହେବାର ଗୋଟେ ସପ୍ତାହ ପୂର୍ବରୁ ପୂଜା ଆରମ୍ଭ ହେବ । ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ନିମନ୍ତ୍ରଣକୁ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏନେଇ ପ୍ରଧାନମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣ କରିଥିଲେ ଟ୍ରଷ୍ଟ କର୍ମକର୍ତ୍ତା । ନିମନ୍ତ୍ରଣ ସଂପର୍କରେ ଟୁଇଟ୍ କରି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ।
ପ୍ରାଣ ପ୍ରତିଷ୍ଠା ପାଇଁ ଚୟନ କରାଯାଉଥିବା ସମୟ ବହୁତ ସ୍ୱତନ୍ତ୍ର ରହିଛି । ସେଦିନ ଏହିସମୟରେ ମୃଗଶୀର୍ଷ ନକ୍ଷତ୍ର ରହିଛି । ଯାହା ବହୁତ ଶୁଭ ହୋଇଥାଏ । ଏହି ନକ୍ଷତ୍ରରେ କୃଷି କାର୍ୟ୍ୟ, ବେପାର, ବିଦେଶ ଯାତ୍ରା ପାଇଁ ସର୍ବଶ୍ରେଷ୍ଠ । ପ୍ରାଣ ପ୍ରତିଷ୍ଠା ହେବା ପୂର୍ବରୁ ୧୭ ଜାନୁଆରୀରୁ ବିଧିବିଧାନ ପୂଜା ଆରମ୍ଭ ହୋଇଯିବ । ସେଦିନ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ପ୍ରାଣ ପ୍ରତିଷ୍ଠା କାର୍ୟ୍ୟକ୍ରମ ମଧ୍ୟ ଆୟୋଜିତ ହେବ । ଏହି ଅବସରରେ ବିଶ୍ୱର ୮୦ଟି ରାଷ୍ଟ୍ରର ମୁଖ୍ୟଙ୍କୁ ନିମନ୍ତ୍ରଣ ପତ୍ର ପଠାଯିବ । ମନ୍ଦିର ଟ୍ରଷ୍ଟ ପକ୍ଷରୁ ଏନେଇ ଏକ ଲିଷ୍ଟ ପ୍ରସ୍ତୁତ କରାଯାଇଛି ।
ଜାନୁଆରୀ ୨୨ରେ ହେବ ଅଯୋଧ୍ୟା ରାମମନ୍ଦିରର ପ୍ରାଣ ପ୍ରତିଷ୍ଠା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











