ଭୁବନେଶ୍ୱର : ଜାନୁଆରୀ ମାସରେ ଦୁଇ ଥର ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେଉଥିବା ପ୍ରବାସୀ ଭାରତୀୟ ଦିବସରେ ସାମିଲ ହେବେ । ଜାନୁଆରୀ ୮, ୯ ଓ ୧୦ରେ ଭୁବନେଶ୍ବର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ । ଏଥିରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ଦେଶ ବିଦେଶର ବହୁ ବିଶିଷ୍ଟ ବ୍ୟକ୍ତି ଅତିଥି ଭାବେ ଯୋଗ ଦେବେ । ସେହିପରି ଜାନୁଆରୀ ୨୮ ଓ ୨୯ ତାରିଖରେ ଉତ୍କର୍ଷ ଓଡ଼ିଶା କନ୍କ୍ଲେଭରେ ବି ପ୍ରଧାନମନ୍ତ୍ରୀ ସାମିଲ ହେବେ ।
Views: 35