ଭୁବନେଶ୍ୱର : ଓଡ଼ିଶା-ମୋ ପରିବାର ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ଚଳିତ ବର୍ଷ ସମୁଦାୟ ୧ ଲକ୍ଷ ୟୁନିଟ୍ ରକ୍ତ ସଂଗୃହୀତ ହୋଇଛି । ବର୍ଷତମାମ, ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରମାନ ଆୟୋଜନ ଜରିଆରେ ଏହି ସଫଳତା ହାସଲ ହୋଇପାରିଛି ।
ଯେପରି ରକ୍ତ ବିନା କୌଣସି ଓଡ଼ିଆଙ୍କ ଜୀବନ ବିପଦରେ ନପଡ଼ିବ, ଏହାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ସର୍ବଦା ଗୁରୁତ୍ୱ ଦେଇଆସିଛନ୍ତି ଏବଂ ତାଙ୍କ ନେତୃତ୍ଵରେ ୨୦୨୦ ମସିହା ଅଗଷ୍ଟ ୯ ତାରିଖରେ ‘ଜୀବନବିନ୍ଦୁ’କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏଥିପାଇଁ ପ୍ରତିବର୍ଷ ରାଜ୍ୟବ୍ୟାପୀ ରକ୍ତଦାନ ଶିବିରମାନ ଆୟୋଜନ କରାଯାଉଛି । ସମଗ୍ର ରକ୍ତଭଣ୍ଡାର ଗୁଡ଼ିକରେ ଆବଶ୍ୟକ ଷ୍ଟକ ବଜାୟ ରହିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ନିର୍ଦ୍ଦେଶ ରହିଛି । ‘ଜୀବନବିନ୍ଦୁ’ ମାଧ୍ୟମରେ ବର୍ଷ ତମାମ ରକ୍ତଦାନ ଶିବିରମାନ ଆୟୋଜନ କରି ବିଗତ ଦିନରେ ଏକ ମାଇଲଖୁଣ୍ଟ ହାସଲ ମଧ୍ୟ କରିଥିଲା ।
କେବଳ ଏତିକି ନୁହେଁ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଏହି ସ୍ଵତନ୍ତ୍ର ପରିକଳ୍ପନା, ଓଡ଼ିଶା-ମୋ ପରିବାର, ସାଢେ ଚାରିକୋଟି ଓଡ଼ିଆଙ୍କ ସେବାରେ ସର୍ବଦା ସମର୍ପିତ ହୋଇ ରହିଆସିଛି । ଫସି ରହିଥିବା ଶ୍ରମିକମାନଙ୍କୁ ବିଦେଶରୁ ସ୍ଥାନାନ୍ତରଣ ହେଉ କି ଡାକ୍ତରଖାନା ଗୁଡ଼ିକରେ ବିଭିନ୍ନ ପ୍ରକାର ସହାୟତା ହେଉ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ସମସ୍ତ ଜନ କଲ୍ୟାଣକାରୀ ଯୋଜନାରେ ସଂଯୋଜନା କରି ଲୋକମାନଙ୍କୁ ସାହାଯ୍ୟ ଯୋଗାଇ ଆସିଛି । ଏହି ରକ୍ତ ସଂଗ୍ରହ କାର୍ୟ୍ୟକ୍ରମକୁ ସଫଳ କରିବା ପାଇଁ ବିଜୁ ଜନତା ଦଳର ବରିଷ୍ଠ ନେତୃବୃନ୍ଦ, ଦଳୀୟ କର୍ମୀ, ରାଜ୍ୟର ସମସ୍ତ ବ୍ଲଡ଼ ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀମାନଙ୍କୁ ଏବଂ ରକ୍ତଦାତାଙ୍କୁ ଓଡ଼ିଶା-ମୋ ପରିବାର ପକ୍ଷରୁ ଅଶେଷ କୃତଜ୍ଞତା ଜ୍ଞାପନ କରାଯାଇଛି ।
ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ଚଳିତ ବର୍ଷ ୧ ଲକ୍ଷ ୟୁନିଟ ରକ୍ତ ସଂଗ୍ରହ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











