ପୁରୀ : କାଳିଆ ସାଆନ୍ତଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇଛି । ଘଣ୍ଟଘଣ୍ଟା, ହରିବୋଲରେ ପ୍ରକମ୍ପିତ ହୋଇଉଠିଛି ବଡ଼ଦାଣ୍ଡ । କାଳିଆ ସାଆନ୍ତଙ୍କୁ ଦେଖି ଭକ୍ତ ଖୁସିରେ କାନ୍ଦି ପକାଇଛନ୍ତି।ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଶ୍ରୀମନ୍ଦିରରୁ ରଥାରୁଢ଼ ପାଇଁ ଅଣାଯିବା ପରେ ଭଉଣୀ ସୁଭଦ୍ରାଙ୍କୁ ପହଣ୍ଡିରେ ରୁଢାରୁଣ କରାଯାଇଛି ।ଶରଧାବାଲିରେ ଶ୍ରୀବିଗ୍ରହଙ୍କୁ ବାହୁଡ଼େଇ ଆଣିବା ପାଇଁ ଭକ୍ତଙ୍କ ସମାଗମ ଧିରେ ଧିରେ ବଢ଼ିବାରେ ଲାଗିଛି । ସେହି ଭାବ ବିନୋଦିଆ କାଳିଆ ସାଆନ୍ତକୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ ।
Views: 22