ମହାରାଷ୍ଟ୍ର : ମହାରାଷ୍ଟ୍ରର ନାସିକ ରୋଡ୍ ରେଳ ଷ୍ଟେସନ ନିକଟରେ ବଡ଼ ଦୁର୍ଘଟଣା ଘଟିଛି । ଛଟ ପୂଜା ପାଇଁ ଘରକୁ ଫେରୁଥିବା ତିନି ଜଣ ଯାତ୍ରୀ ଟ୍ରେନ୍ରୁ ଛିଟିକି ପଡିବାର ଦୁଇଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଜଣେ ଗୁରୁତର ଆହତ ହୋଇଥିଲେ । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଏକ ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚିଛି । ଆହତ ବ୍ୟକ୍ତିଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ, ପୋଲିସ ସବ-ଇନ୍ସପେକ୍ଟର ମାଲି, ପୋଲିସ କନେଷ୍ଟବଳ ଭୋଲେ ଏବଂ ନାସିକ ରୋଡ ପୋଲିସ ଷ୍ଟେସନର ବରିଷ୍ଠ ପୋଲିସ ଇନ୍ସପେକ୍ଟର ଜିତେନ୍ଦ୍ର ସପକାଲେଙ୍କ ନେତୃତ୍ୱରେ ଏକ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ । ଭୁସାଭଲ ଅଭିମୁଖେ ଯାଉଥିବା ଟ୍ରାକରେ ୩୦ ରୁ ୩୫ ବର୍ଷ ବୟସର ଦୁଇଜଣ ଯୁବକଙ୍କୁ ୧୯୦/୧ ଏବଂ ୧୯୦/୩ କିଲୋମିଟର ମଧ୍ୟରେ ମୃତ ଅବସ୍ଥାରେ ପାଇଥିଲେ । ଗୁରୁତର ଅବସ୍ଥାରେ ଯୁବକଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ସରକାରୀ ଡାକ୍ତରଖାନାକୁ ନିଆଯାଇଥିଲା । ତେବେ ବିହାରରେ ଛଟ୍ ପୂଜା ପାଇଁ ଷ୍ଟେସନରେ ଭିଡ଼ ରହିଥିଲା ।
ଟ୍ରେନରୁ ଖସିପଡିଲେ ୩ ଯୁବକ , ୨ ଜଣଙ୍କର ଚାଲିଗଲା ଜୀବନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











