ଭୁବନେଶ୍ୱର : ଆଜି ମଧ୍ୟ ଉପାସରେ ଶ୍ରୀଲିଙ୍ଗରାଜ । ତିନି ଦିନ ପରେ ବି ତୁଟୁନି ବିବାଦ । ଭକ୍ତ ଆଡ଼କାଠ ନିକଟରେ ଭୋଗ ଲଗାଇ ଫେରୁଛନ୍ତି । କିନ୍ତୁ ବିଧିବଦ୍ଧ ଭାବେ ନୀତିକାନ୍ତି ହୋଇପାରୁନାହିଁ । ବିବାଦ ସମାଧାନ ପାଇଁ ଗତକାଲି ବୈଠକ ବସିଥିଲେ ମଧ୍ୟ କୌଣସି ନିଷ୍କର୍ସ ବାହାରିପାରିନି । ବିବାଦର ସମାଧାନ ପାଇଁ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ କାର୍ୟ୍ୟନିର୍ବାହୀ ଅଧିକାରୀ ଆଜି ବୈଠକ ଡାକିବେ ।
ଏଥିପାଇଁ ଗତକାଲି ଦେବୋତ୍ତର କମିଶନର ନିର୍ଦ୍ଦେଶ ଦେଇଛନ୍ତି । ତିନି ନିଯୋଗଙ୍କ ସହ ଆଲୋଚନା ପରେ ଟ୍ରଷ୍ଟ ବୋର୍ଡ କାର୍ୟ୍ୟନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କମିଶନର । ସମସ୍ତ ପକ୍ଷଙ୍କ ସହ ଆଲୋଚନା କରି ବିବାଦର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯଦି କୌଣସି ପକ୍ଷ ଅରାଜି ହୁଅନ୍ତି ବା ସେବା ନକରନ୍ତି ତାଙ୍କ ବିରୋଧରେରେ କ୍ଳଜ୍ ୧୭ ଅନୁସାରେ ଟ୍ରଷ୍ଟ ବୋର୍ଡ କାର୍ୟ୍ୟନିର୍ବାହୀ ଅଧିକାରୀ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ପୁରୁଣା ବିବାଦ ଏବଂ ନୀତିକାନ୍ତି ବନ୍ଦ ସମ୍ପର୍କରେ ମଧ୍ୟ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଦେବୋତ୍ତର କମିଶନର । ଆଜି କାର୍ୟ୍ୟନିର୍ବାହୀ ଅଧିକାରୀ ବୈଠକ ଡାକିବେ ।
ତୁଟୁନି ବିବାଦ, ଆଜି ବି ଉପାସରେ ପ୍ରଭୁ ଲିଙ୍ଗରାଜ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











