ନୂଆଦିଲ୍ଲୀ: ଦମନକୁ ମିଳିବ ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ‘ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ମନୋନୀତ କରାଯାଇଛି। ଫିଲ୍ମର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ। ଏଥିରେ ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠ କାହାଣୀ ପ୍ରତିଫଳିତ ହୋଇଛି। ଡାକ୍ତରୀ ପାଠ ଶେଷ କରିବା ପରେ ଡାକ୍ତରଙ୍କର ପୋଷ୍ଟିଂ ହୁଏ ମାଲକାନଗିରି ଜିଲ୍ଲାର ଉପାନ୍ତ ଅଞ୍ଚଳରେ। ମୌଳିକ ସୁବିଧା ସୁଯୋଗର ଅଭାବ, ପୁଣି ନକ୍ସଲ ଉପଦ୍ରୁତ ଏହି ଅଞ୍ଚଳରେ ଯୁବ ଡାକ୍ତରଜଣକ କିଭଳି ନିଜ କର୍ତ୍ତବ୍ୟ ସମ୍ପାଦନ କରୁଛନ୍ତି ଓ ଏଥିପାଇଁ ତାଙ୍କୁ କ’ଣ ସବୁ ଆହ୍ବାନର ସାମ୍ନା କରିବାକୁ ପଡ଼ୁଛି, ତାହା ଦେଖିବାକୁ ମିଳିଛି।ଏହାର କାହାଣୀ ଓ ଚିତ୍ରନାଟ୍ୟ ଲେଖିବା ସହିତ ନିର୍ଦ୍ଦେଶନା ଦେଇଛନ୍ତି ବିଶାଲ ମୌର୍ୟ୍ୟ ଓ ଦେବୀ ପ୍ରସାଦ ଲେଙ୍କା। ପ୍ରଯୋଜନା କରିଛନ୍ତି ଦୀପେନ୍ଦ୍ର ସାମଲ। ଜେପି ୱାର୍ଲଡ୍ ସ୍ମିଥ୍ ଓ ବାପୁ ଗୋସ୍ବାମୀଙ୍କ ରଚିତ ଗୀତଗୁଡ଼ିକୁ ସଂଗୀତରେ ସଜାଇଛନ୍ତି ଗୌରବ ଆନନ୍ଦ ଓ ତାଙ୍କ ଟିମ୍। ଦୀପେନ୍ଦ୍ର ସାମଲ ଫିଲ୍ମର ପ୍ରଯୋଜକ। ଏଥିରେ ଓଲିଉଡର ଲୋକପ୍ରିୟ ନାୟକ ବାବୁସାନଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିଥିଲା।
ଦମନକୁ ମିଳିବ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











