ନୂଆଦିଲ୍ଲୀ : ଦିଲ୍ଲୀରେ ପାଗରେ ପରିବର୍ତ୍ତନ । ବାୟୁ ପ୍ରଦୂଷଣରୁ ଦିଲ୍ଲୀବାସୀ ଆଶ୍ୱସ୍ତ । ହାଲୁକା ବର୍ଷା ପରେ ଦିଲ୍ଲୀବାସୀଙ୍କୁ ପ୍ରଦୂଷଣରୁ ଆଶ୍ୱସ୍ତି । ଦିଲ୍ଲୀ-ନୋଇଡାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା । ବର୍ଷା ପରେ ଏକ୍ୟୁଆଇ ୪ ଶହରୁ ହ୍ରାସ ହୋଇ ଶହେରେ ପହଁଚିଲା । ପ୍ରଦୂଷଣକୁ ଦେଖି ସରକାର କୃତ୍ରିମ ବର୍ଷା ଯୋଜନା କରୁଥିଲେ । କୃତ୍ରିମ ବର୍ଷା ଯୋଜନା ବେଳେ ରାତିର ବର୍ଷା ଦିଲ୍ଲୀ ବାସୀଙ୍କୁ ଦେଇଛି ଆଶ୍ୱସ୍ତି । ଦିଲ୍ଲୀରେ ବାୟୁ ଏତେମାତ୍ରାରେ ପ୍ରଦୂଷିତ ହୋଇଛି ଯେ ରାସ୍ତାରେ କୁହୁଡ଼ିର ଭ୍ରମ ସୃଷ୍ଟି ହେଉଛି । ଅନେକ ସ୍ଥାନରେ ଆକାଶ ଦେଖାଯାଉ ନାହିଁ କି ଠିକରେ ସୂର୍ୟ୍ୟକିରଣ ବି ଦେଖାଉ ନଥିବା ଭଳି ସ୍ଥିତି । ଆଗକୁ ଆହୁରି ସାଂଘାତିକ ସ୍ଥିତି ଆଶଙ୍କା କରାଯାଉଛି । ଦିଲ୍ଲୀ ଏନସିଆରରେ ସମସ୍ତ ସରକାରୀ ଓ ଘରୋଇ ପ୍ରାଥମିକ ସ୍କୁଲକୁ ଆସନ୍ତା ୧୮ ତାରିଖ ପର୍ୟ୍ୟନ୍ତ ଛୁଟି ଘୋଷଣା କରାଯାଇଛି । ଆଗୁଆ ଶୀତ ଛୁଟି କରାଯାଇଛି । ଦିଲ୍ଲୀ ଆଖପାଖ ରାଜ୍ୟରେ ପ୍ରଦୂଷଣ ବଢ଼ିବା ଯୋଗୁ ଏହା ପ୍ରଦୂଷିତ ହେଉଥିବା କୁହାଯାଉଛି ।
ଦିଲ୍ଲୀରେ ବର୍ଷା; ପ୍ରଦୂଷଣରୁ ଆଶ୍ୱସ୍ତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











