ପୁରୀ : ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦ ପ୍ରସଙ୍ଗ । ଆଜି ବସିବ ମନ୍ଦିର ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ବୈଠକ । ଗତକାଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଆଇନମନ୍ତ୍ରୀଙ୍କ ଚିଠି ପରେ ଆକ୍ସନ ମୋଡରେ ଶ୍ରୀମନ୍ଦିର ପ୍ରଶାସନ । ଅପରାହ୍ନ ୫ଟାରେ ଶ୍ରୀମନ୍ଦିର ପ୍ରଶାସନର ବୈଠକ । ମହାରଣା,ଦେଉଳକରଣ, ପାଟଯୋଶୀ ମହାପାତ୍ର, ତଢଉକରଣ ଓ ତିନି ବାଡର ବାଡଗ୍ରାହୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବ। ନବକଳେବର ସମୟରେ ବଳକା ଥିବା ଦାରୁ ସମ୍ପର୍କରେ ହେବ ଆଲୋଚନା । ସେହିପରି ଆସନ୍ତାକାଲି ବିଭିନ୍ନ ନିଯୋଗ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିପାରେ ଶ୍ରୀମନ୍ଦିର। ବଳକା ଦାରୁ ଦୀଘା ମନ୍ଦିରକୁ ଦିଆଯାଇଥିବା ଅଭିଯୋଗ ରହିଛି । ସୂଚନା ଅନୁସାରେ ଗତକାଲି ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିର ନାମକରଣ ବିବାଦରେ ମୁହଁ ଖୋଲିଥିଲେ ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ର। ସେ କହିଥିଲେ, ପୁରୀ ହିଁ ଏକମାତ୍ର ଜଗନ୍ନାଥ ଧାମ । ଅନ୍ୟ ସ୍ଥାନରେ ଜଗନ୍ନାଥ ମନ୍ଦିର ହୋଇପାରିବ । କିନ୍ତୁ ଜଗନ୍ନାଥ ଧାମ କୁହାଯାଇପାରିବ ନାହିଁ। ନାଁ ବିବାଦକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିବେ ବୋଲି ସେ କହିଛନ୍ତି ।
ଦୀଘା ମନ୍ଦିର ବିବାଦ : ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...