ପୁରୀ : ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦ ପ୍ରସଙ୍ଗ । ଆଜି ବସିବ ମନ୍ଦିର ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ବୈଠକ । ଗତକାଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଆଇନମନ୍ତ୍ରୀଙ୍କ ଚିଠି ପରେ ଆକ୍ସନ ମୋଡରେ ଶ୍ରୀମନ୍ଦିର ପ୍ରଶାସନ । ଅପରାହ୍ନ ୫ଟାରେ ଶ୍ରୀମନ୍ଦିର ପ୍ରଶାସନର ବୈଠକ । ମହାରଣା,ଦେଉଳକରଣ, ପାଟଯୋଶୀ ମହାପାତ୍ର, ତଢଉକରଣ ଓ ତିନି ବାଡର ବାଡଗ୍ରାହୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବ। ନବକଳେବର ସମୟରେ ବଳକା ଥିବା ଦାରୁ ସମ୍ପର୍କରେ ହେବ ଆଲୋଚନା । ସେହିପରି ଆସନ୍ତାକାଲି ବିଭିନ୍ନ ନିଯୋଗ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିପାରେ ଶ୍ରୀମନ୍ଦିର। ବଳକା ଦାରୁ ଦୀଘା ମନ୍ଦିରକୁ ଦିଆଯାଇଥିବା ଅଭିଯୋଗ ରହିଛି । ସୂଚନା ଅନୁସାରେ ଗତକାଲି ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିର ନାମକରଣ ବିବାଦରେ ମୁହଁ ଖୋଲିଥିଲେ ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ର। ସେ କହିଥିଲେ, ପୁରୀ ହିଁ ଏକମାତ୍ର ଜଗନ୍ନାଥ ଧାମ । ଅନ୍ୟ ସ୍ଥାନରେ ଜଗନ୍ନାଥ ମନ୍ଦିର ହୋଇପାରିବ । କିନ୍ତୁ ଜଗନ୍ନାଥ ଧାମ କୁହାଯାଇପାରିବ ନାହିଁ। ନାଁ ବିବାଦକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିବେ ବୋଲି ସେ କହିଛନ୍ତି ।
ଦୀଘା ମନ୍ଦିର ବିବାଦ : ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











