ଭୁବନେଶ୍ୱର : ଆସୁଛି ବର୍ଷା । ଚିନ୍ତାରେ ଚାଷୀ । ଆସନ୍ତା ୮ ଓ ୯ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ୯ ତାରିଖରେ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ଢ଼େଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
Views: 63











