ଭଦ୍ରକ: ନାବାଳିକା ଯୌନ ନିର୍ୟାତନା ମାମଲାରେ ଭଦ୍ରକ ସ୍ୱତନ୍ତ୍ର ଫାଷ୍ଟ ଟ୍ରାକ କୋର୍ଟ ମିନତୀ ପଣ୍ଡା ଆଜି ଧାମନଗର ଥାନା ଭଗିବିନ୍ଧା ଗ୍ରାମର ରମେଶ କୁଣ୍ଡୁଙ୍କ ପୁତ୍ର ତଥା ଦୁଷ୍କର୍ମକାରୀକୁ ମୋହନ କୁମାରକୁ ୨୦ବର୍ଷ ସଶ୍ରମ କାରାଦଣ୍ଡ ଓ ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ପୁନଶ୍ଚ ୬ ମାସ କାରାଦଣ୍ଡ ଭୋଗିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅନୁଯାୟୀ ୨୦୨୨ ମସିହା ଜାନୁଆରି ମାସ ୧୩ ତାରିଖ ସନ୍ଧ୍ୟା ସମୟରେ ଧାମନଗର ଥାନା ଭଗିବିନ୍ଧା ଗ୍ରାମର ଜନୈକ ନାବାଳିକାକୁ ସେହି ଗ୍ରାମର ମୋହନ କୁଣ୍ଡୁ (୩୪ ବର୍ଷ) କୁରକୁରେ ଓ ଚକଲେଟ ଦେଇ ରେବ ନଦୀ କୂଳକୁ ନେଇ ଦୁଷ୍କର୍ମ କରିଥିଲା। ଏ କଥା କାହାରିକୁ କହିଲେ ଜୀବନରୁ ମାରି ଶେଷ କରିଦେବାକୁ ଧମକ ଦେଇଥିଲା। ବିଳମ୍ବିତ ରାତିରେ ନାବାଳିକା ଜଣଙ୍କ କାନ୍ଦିକାନ୍ଦି ନିଜ ମା’ ପାଖରେ ସମସ୍ତ ବିଷୟ କହିଥିଲା। ତା ପରଦିନ ପୀଡ଼ିତାର ମା’ ଏ ବିଷୟରେ ଧାମନଗର ଥାନାରେ ଲିଖିତ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଧାମନଗର ଥାନା ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ସେହିମାସ ୧୫ ତାରିଖରେ ଗିରଫ କରି କୋର୍ଟ ଚାଲାଣ କରିଥିଲା।
ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲଦଣ୍ଡ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











