ଭୁବନେଶ୍ୱର : ଧଉଳି ଗଣଦୁଷ୍କର୍ମ ଘଟଣା । କ୍ରାଇମ ସ୍ପଟରେ ମହିଳା କମିଶନ ସଦସ୍ୟା । ପ୍ରଥମେ ଧଉଳି ଥାନା ଯାଇ ଅନୁଧ୍ୟାନ ପରେ କ୍ରାଇମ ସ୍ପଟରେ ପହଁଚିଥିଲେ । ଘଟଣାକୁ ଗୁରୁତର ସହ ନିଆଯାଇଛି , ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବୁ କହିଲେ । ସୂଚନା ଅନୁଯାୟୀ, ନାବାଳିକା ଜଣକ ନିଜର ପୁରୁଷ ବନ୍ଧୁଙ୍କ ସହ ଧଉଳି ବୁଲିବାକୁ ଯାଇ ଫେରୁଥିବା ସମୟରେ କିଛି ଦୁର୍ବୃତ୍ତ ସେମାନଙ୍କୁ ଅଟକାଇ ଟଙ୍କା ମାଗିଥିଲେ । ପୁରୁଷ ବନ୍ଧୁ ଟଙ୍କା ଦେବାକୁ ମନା କରିବାରୁ ଦୁର୍ବୃତ୍ତମାନେ ଉତକ୍ଷିପ୍ତ ହୋଇ ଉଭୟଙ୍କୁ ଏକ ଅନ୍ଧାରିଆ ନଦୀ ପଠାକୁ ଟାଣି ନେଇଥିଲେ ।ସେଠାରେ ଦୁର୍ବୃତ୍ତମାନେ ପୁରୁଷ ବନ୍ଧୁଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିବା ସହ ପଥରରେ ଛେଚି ରକ୍ତାକ୍ତ କରିଦେଇଥିଲେ । ନାବାଳିକା ଜଣକ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିବାରୁ ଦୁଇଜଣ ଅଭିଯୁକ୍ତ ତାଙ୍କୁ ବଳପୂର୍ବକ ଗଣଦୁଷ୍କର୍ମ କରିଥିଲେ । କେବଳ ସେତିକି ନୁହେଁ, ଏହି ପିଶାଚମାନେ ଦୁଷ୍କର୍ମ ସମୟର ଭିଡିଓ ଏବଂ ଫଟୋ ନିଜ ମୋବାଇଲରେ ଉତ୍ତୋଳନ କରିଥିଲେ ଏବଂ ଘଟଣା ସମ୍ପର୍କରେ କାହାକୁ ଜଣାଇଲେ ଜୀବନରୁ ମାରିଦେବାକୁ ଧମକ ମଧ୍ୟ ଦେଇଥିଲେ । ଘଟଣାସ୍ଥଳରେ ଅଭିଯୁକ୍ତଙ୍କ ସମେତ ମୋଟ ୫ ଜଣ ଉପସ୍ଥିତ ଥିବା ଜଣାପଡିଛି ।
ଧଉଳି ଗଣଦୁଷ୍କର୍ମ ଘଟଣା ; କ୍ରାଇମ ସ୍ପଟରେ ମହିଳା କମିଶନ ସଦସ୍ୟା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











