ଭୁବନେଶ୍ୱର : ଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ଉଭୟଙ୍କ ମଧ୍ୟରେ ବିଭିନ୍ନ ସାଂଗଠନିକ ବିଷୟ ଉପରେ ଆଲୋଚନା । ରାଜନୈତିକ ସ୍ଥିତି ଓ ଭବିଷ୍ୟତରେ କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଆଲୋଚନା । ବୈଠକରେ ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ବି ସାମିଲ । ନଡ୍ଡା ଙ୍କ ଦୃଷ୍ଟିଭଙ୍ଗୀ ଓ ପରାମର୍ଶ ଆମକୁ ଆଗାମୀ ଦିନରେ ଅଧିକ ସକ୍ରିୟ ଭାବରେ କାର୍ୟ୍ୟ କରିବା ପାଇଁ ପ୍ରେରିତ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
Views: 74











