ସମ୍ବଲପୁର: ସାଂସଦ ପ୍ରାର୍ଥୀ ଭାବେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା ପରେ ରିଟର୍ଣ୍ଣିଂ ଅଧିକାରୀଙ୍କ ନିକଟରେ ଦାଖଲ କଲେ ନାମାଙ୍କନ । ୫ ଜଣ ପ୍ରସ୍ତାବକଙ୍କ ସହ ୪ ସେଟ ନାମାଙ୍କନ ଦାଖଲ କଲେ । ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ସମଲେଶ୍ବରୀ ମନ୍ଦିର ଯାଇ ପୂଜାର୍ଚ୍ଚନା କରି ଆଶିଷ ଲୋଡିଛନ୍ତି ପ୍ରଣବ।
ସମ୍ବଲପୁରରେ ବିରାଟ ଶୋଭାଯାତ୍ରାରେ ଯାଇ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ପ୍ରଣବ । ବାଲିବନ୍ଧାରୁ ରାଲି କରି ଜିଲ୍ଲାପାଳଙ୍କ କାର୍ୟ୍ୟାଳୟକୁ ଯାଇ ପହଞ୍ଚିଥିଲେ ପ୍ରଣବ । ସେଠାରେ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ । ପୂର୍ବତନ ବିରୋଧୀ ଦଳ ନେତା ସ୍ବର୍ଗତ ଅଶୋକ ଦାସଙ୍କର ପୁଅ ହେଉଛନ୍ତି ପ୍ରଣବ । ୨୦୦୯ ମସିହାରୁ ଲଗାତାର ତିନି ଥର ଯାଜପୁର ବିଧାନସଭାରୁ ବିପୁଳ ଭୋଟରେ ସେ ବିଜୟୀ ହୋଇଛନ୍ତି ।
Views: 62