ନୂଆଦିଲ୍ଲୀ : ନାମାଙ୍କନ ଭରିଲେ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍ । ଏନଡିଏ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଭରିଲେ ସିପି ରାଧାକ୍ରିଷ୍ଣନ । ପିଏମ ମୋଦି , ଅମିତ ଶାହା, ରାଜନାଥ ସିଂ ,ଜେପି ନଡ୍ଡା ଉପସ୍ଥିତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟ ପ୍ରସ୍ତାବକ ହୋଇଛନ୍ତି । ଆସନ୍ତାକାଲି ନାମାଙ୍କନ ଭରିବାର ଶେଷ ତାରିଖ ରହିଛି । ଆଜି ନାମାଙ୍କନ ଭରିଛନ୍ତି ଏନଡିଏ ପ୍ରାର୍ଥୀ ସି.ପି ରାଧାକ୍ରିଷ୍ଣନ୍ । ତାମିଲନାଡୁ ବାସୀ ସିପି ରାଧାକ୍ରିଷ୍ଣନ ଦୁଇଥର କୋୟମ୍ବାଟୁରର ସାଂସଦ ରହିଛନ୍ତି । ଭାରତୀୟ ଜନତା ପାର୍ଟିରେ ବହୁତ ଦିନରୁ ସକ୍ରିୟ ରହିଛନ୍ତି । ବର୍ତ୍ତମାନ ସେ ମହାରାଷ୍ଟ୍ରର ରାଜ୍ୟପାଳ ରହିଛନ୍ତି । ବି. ସୁଦର୍ଶନ ରେଡ୍ଡୀଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଛି ଇଣ୍ଡିଆ ମେଣ୍ଟ । ୧୯୪୭ ଜୁଲାଇ ୮ ତାରିଖରେ ସୁଦର୍ଶନଙ୍କ ଜନ୍ମ । ସୁଦର୍ଶନ ଓସମାନିଆ ବିଶ୍ୱବିଦ୍ୟାଳୟର ଆଇନଗତ ପରାମର୍ଶଦାତା ଭାବେ କାର୍ୟ୍ୟ କରିଛନ୍ତି । ୧୯୯୫ ମେ ୨ ତାରିଖରେ ଆନ୍ଧ୍ର ହାଇକୋର୍ଟର ସ୍ଥାୟୀ ବିଚାରପତି ଥିଲେ ସୁଦର୍ଶନ । ୧୯୭୧ ଡିସେମ୍ବର ୨୭ରେ ଆନ୍ଧ୍ରପ୍ରଦେଶ ବାର କାଉନସିଲରେ ଓକିଲ ଥିଲେ ସୁଦର୍ଶନ ରେଡ୍ଡୀ । ଓକିଲାତି ବେଳେ ଆନ୍ଧ୍ର ହାଇକୋର୍ଟ ରିଟ୍ ଓ ସିଭିଲ୍ ମାମଲାରେ ଅଭ୍ୟାସ କରୁଥିଲେ ।
ନାମାଙ୍କନ ଭରିଲେ ସିପି ରାଧାକ୍ରିଷ୍ଣନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











