ଚୈାଦ୍ୱାର : ଦୁର୍ଘଟଣାରେ ଫଇଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର। ମଙ୍ଗୁଳି ଛକରେ ଟ୍ରକକୁ ପଛରୁ ପିଟିଲା ସୁଧାକର ବସନ୍ତଙ୍କ କାର। ଚଣ୍ଡୀଖୋଲପଟୁ କଟକକୁ ଆସୁଥିଲା କାର। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଁଚି ଉଦ୍ଧାର କଲେ। କାରକୁ କାଟି ସୁଧାକର ବସନ୍ତଙ୍କୁ ଉଦ୍ଧାର କରିଥିଲେ। କାର ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି। ଗୁରୁତର ସୁଧାକର ବସନ୍ତଙ୍କୁ ଏସସିବିରେ ଭର୍ତ୍ତି। ସୂଚନା ଅନୁସାରେ ଚଣ୍ଡିଖୋଲ ଆଡୁ କଟକ ଆସୁଥିବାବେଳେ କଟକ ମଙ୍ଗୁଳି ସ୍ଥିତ ବଜରଙ୍ଗୀ ଓ୍ୱେ ବ୍ରିଜ୍ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି ସୁଧାରକର ବସନ୍ତଙ୍କ ଗାଡି। କାରରେ ଥିବା ତାଙ୍କ ଡ୍ରାଇଭର ମଧ୍ୟ ଗୁରୁତର ହୋଇଛନ୍ତି ।
ଦୁଇ ଜଣଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଭୋର ୩ଟାରୁ ୪ଟା ମଧ୍ୟରେ ସୁଧାକର ବସନ୍ତଙ୍କ ଗାଡି ଦୁର୍ଘଟଣାଗସ୍ତ ହୋଇଥିବା ଜଣାପଡ଼ିଛି । ମଙ୍ଗୁଳି ଛକ ରାସ୍ତା କଡରେ ଛିଡ଼ା ହୋଇଥିବା ଏକ ସିମେଣ୍ଟ ବୋଝେଇ ଟ୍ରକକୁ ପଛରୁ ଧକ୍କା ଦେଇଥିଲା ସୁଧାକରଙ୍କ କାର । ଦୁର୍ଘଟଣାରେ ସୁଧାକରଙ୍କ କାର୍ ଭାଙ୍ଗି ଚୁରମାର ହୋଇଯାଇଛି । ଚୌଦ୍ଵାର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସୁଧାକର ଓ ତାଙ୍କ ଡ଼୍ରାଇଭରଙ୍କୁ କାରକୁ କାଟି ଉଦ୍ଧାର କରିଥିଲେ । ତୁରନ୍ତ ଗୁରୁତର ଅବସ୍ଥାରେ ଦୁଇ ଜଣଙ୍କୁ ଏସସିବିରେ ଭର୍ତ୍ତି କରାଯାଇଛି ।
ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











