The Ultimate Managed Hosting Platform
ADVERTISEMENT

ନିର୍ବାଚନ ପୂର୍ବରୁ ସମ୍ବଲପୁରରେ ବିଜେଡିକୁ ବଡ ଝଟକା, ଦଳ ଛାଡିଲେ ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ

Facebook
Twitter
LinkedIn

ସମ୍ବଲପୁର : ପୂର୍ବତନ ବିଧାୟିକା ରାସେଶ୍ୱରୀଙ୍କ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା । ସମ୍ବଲପୁରରେ ବିଜେଡିକୁ ବଡ ଝଟକା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ରାସେଶ୍ୱରୀ ନିଜର ଇସ୍ତଫାପତ୍ର ପଠାଇବା ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ତେବେ ବିଜେଡି ଛାଡିବା ପଛର କୌଣସି ନିର୍ଦ୍ଦିଷ୍ଟ କାରଣ ଇସ୍ତଫାପତ୍ରରେ ଉଲ୍ଲେଖ କରିନାହାନ୍ତି ରାସେଶ୍ୱରୀ । ୨୦୨୪ରେ ରାସେଶ୍ୱରୀ ଟିକେଟ ଆଶାୟୀ ଥିଲେ ମଧ୍ୟ ଦଳ ଏଠାରେ ପ୍ରଥମେ ପ୍ରସନ୍ନ ଆଚାର୍ୟ୍ୟଙ୍କୁ ପ୍ରାର୍ଥୀ କରିଥିଲା । ପରେ ଏଠାରେ ପ୍ରାର୍ଥୀ ପରିବର୍ତ୍ତନ କରି ରୋହିତ ପୂଜାରୀଙ୍କୁ ଦଳ ପ୍ରାର୍ଥୀ କରିଥିଲା । ଯାହାକୁ ନେଇ ରାସେଶ୍ୱରୀଙ୍କ ସମର୍ଥକ ଅସନ୍ତୁଷ୍ଟ ଥିଲେ । ଏପରିକି ରାସେଶ୍ୱରୀଙ୍କୁ ଟିକେଟ ଦେବା ନେଇ ଦଳୀୟ ସୁପ୍ରିମୋ ପୁନଃବିଚାର କରିବା ଆବଶ୍ୟକ ବୋଲି କହିଥିଲେ । କିନ୍ତୁ ପ୍ରାର୍ଥୀ ପରିବର୍ତ୍ତନ ନେଇ କୌଣସି ସଂକେତ ନ ମିଳିବାରୁ ରାସେଶ୍ୱରୀ ବିଜେଡି ଛାଡିଥିବା ଚର୍ଚ୍ଚା ହେଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login