କଟକ : ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପ ସଭାପତି ନିହାର ରଞ୍ଜନ ମହାନ୍ତି । ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଭାଇରଲ ଘଟଣାରେ ଗିରଫ ପରେ ନିଲମ୍ବିତ ହୋଇଛନ୍ତି । ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଲମ୍ବନ ନିର୍ଦ୍ଦେଶ ପ୍ରକାଶ ପାଇଛି । ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଓଟିଇଟି ପ୍ରଶ୍ନପତ୍ର କେଳେଙ୍କାରୀ ମାମଲାରେ କ୍ରାଇମ୍ବ୍ରାଞ୍ଚ ନିହାର ରଂଜନ ମହାନ୍ତିଙ୍କୁ ଗିରଫ କରିଥିଲା । ଏହି ମାମଲାରେ ଏବେ ଗିରଫଦାରୀ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ଓଟିଇଟି ପ୍ରଶ୍ନପତ୍ର ଲିକ୍ ପରେ କ୍ରାଇମ୍ବ୍ରାଞ୍ଚ ବିଭିନ୍ନ ଦିଗରୁ ଯାଞ୍ଚ କରିଥିଲା । ବୋର୍ଡ ଉପସଭାପତିଙ୍କ ଲାପ୍ଟପ୍ରୁ ପ୍ରଶ୍ନପତ୍ର ଲିକ୍ ହୋଇଥିବା ଜାଣିବାକୁ ପାଇଥିଲା । ପ୍ରଥମତଃ ବୋର୍ଡ ଉପସଭାପତିଙ୍କ ଲାପ୍ଟପ୍କୁ ପ୍ରଶ୍ନପତ୍ର ଆସିବା କଥା ନୁହେଁ। କିନ୍ତୁ ମୁଦ୍ରଣ ସଂସ୍ଥାରୁ ବୋର୍ଡର ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ଲାପ୍ଟପ୍କୁ ଏଫ୍ଟିପି (ଫାଇଲ୍ ଟ୍ରାନ୍ସଫର୍ ପ୍ରୋଟକଲ୍) ମାଧ୍ୟମ ବଦଳରେ ଇ-ମେଲ୍ରେ ପ୍ରଶ୍ନପତ୍ର ଆସିଥିଲା । ଏଭଳି ସାଂଘାତିକ କାର୍ୟ୍ୟ କ୍ରାଇମ୍ବ୍ରାଞ୍ଚ ତଦନ୍ତରୁ ସାମନାକୁ ଆସିଥିଲା ।
ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ନିହାର ରଞ୍ଜନ ମହାନ୍ତି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











