ଭୁବନେଶ୍ୱର : ନୂଆବର୍ଷରୁ ବଢିବ ଶୀତ । ପଶ୍ଚିମ ଓଡିଶାରେ କିଛି ଜିଲ୍ଲାରେ ଘନ କୁହୁଡି ଦେଖାଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିନ୍ତୁ ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଘନ କୁହୁଡି଼ ଲାଗି ରହିବ । ସେଥିପାଇଁ ଏଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଆସନ୍ତା ୩୧ରେ ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କି ଦୁଇଟି ଜାଗାରେ ମଧ୍ୟମ ଧରଣର କୁହୁଡି଼ ପଡି଼ବ । କିନ୍ତୁ ଜାନୁଆରୀ ୫ ଯାଏ ସାରା ରାଜ୍ୟର ପାଗ ଶୁଖିଲା ରହିବ । ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ମୁତାବକ, ଗତ ୨୬ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟର ଭୟ ଓଡି଼ଶାକୁ ନାହିଁ । ଜାନୁଆରୀ ୩ରେ ମଧ୍ୟ ଏକ ଚାପ ସୃଷ୍ଟି ହେବ । ଏହି ଚାପର ପ୍ରଭାବ ମଧ୍ୟ ଓଡି଼ଶାରେ ପଡି଼ବନି । ଗତ ୩ ଦିନ ଧରି ରାଜ୍ୟରେ ଟୋପାଟିଏ ବର୍ଷା ହୋଇନି । ଖାଲି ଯାହା, ଅଳ୍ପ ମାତ୍ରାରେ ଶୀତ ବଢ଼ିଛି ।
ନୂଆବର୍ଷରୁ ବଢିବ ଶୀତ, ଘନ କୁହୁଡି ସମ୍ଭାବନା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











