ୟୁପି: ଉତ୍ତରପ୍ରଦେଶର ନୋଏଡା ସେକ୍ଟର-୮ରେ ଭୟଙ୍କର ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ୩ ଭଉଣୀ ଜୀବନ୍ତ ଦଗ୍ଧ। ଏଥିରେ ମୃତ ପିଲାଙ୍କ ମାଆ-ବାପା ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଉଭୟଙ୍କ ସ୍ୱାସ୍ଥ୍ୟଅବସ୍ଥା ସଙ୍କଟାପନ୍ନ ଥିବା ଡାକ୍ତର ସୂଚନା ଦେଇଛନ୍ତି। ସର୍ଟସର୍କିଟ ଯୋଗୁଁ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ବୁଧବାର ଭୋର ୪ ଟା ବେଳେ ଘରେ ପରିବାରର ୫ ଜଣ ସଦସ୍ୟ ଶୋଇଥିବା ବେଳେ ନିଆଁ ଲାଗିଥିଲା । ବ୍ୟାଟେରି ଚାର୍ଜ ବସେଇଥିବା କାରଣରୁ ସର୍ଟସର୍କିଟ ହୋଇ ଏହି ନିଆଁ ଲାଗିଛି । କୁହାଯାଉଛି ଯେ, ୩ ପିଲା ଖଟ ଉପରେ ଶୋଇଥିବା ବେଳେ ତଳେ ଚଟାଣରେ ବାପାମା’ ଶୋଇଥିଲେ । ୩ ପିଲାମାନେ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ବାପାମା’ଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ଖବର ପାଇ ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ସଙ୍ଗେ ସଙ୍ଗେ ଉଦ୍ଧାର କାର୍ୟ୍ୟରେ ନିୟୋଜିତ ହୋଇଥିଲେ। କିନ୍ତୁ ୩ ପିଲାଙ୍କୁ ବଞ୍ଚାଇ ପାରିନଥିଲେ । ମୃତ ପିଲାଙ୍କ ମଧ୍ୟରେ ୧୦ ଓ ୭ ବର୍ଷର ଏବଂ ୫ ବର୍ଷର ୩ ଝିଅ ରହିଛନ୍ତି।
ନୋଏଡା ସେକ୍ଟର-୮ରେ ଭୟଙ୍କର ଅଗ୍ନିକାଣ୍ଡ, ୩ ଶିଶୁ ଜୀବନ୍ତ ଦଗ୍ଧ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











