ଭୁବନେଶ୍ୱର : ପଞ୍ଚଭୂତରେ ଲୀନ ହେଲା ଉତ୍ତମଙ୍କ ପାର୍ଥିବ ଶରୀର । ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ମୁଖାଗ୍ନି ଦେଲେ ପୁଅ ଅଭିନେତା ବାବୁସାନ । ଶ୍ମଶାନ ବାହାରେ ସମର୍ଥକଙ୍କ ପ୍ରବଳ ଗହଳି ଲାଗିଛି। ଅଫେରା ରାଇଜରେ ଉତ୍ତମ ମହାନ୍ତିଙ୍କୁ ଝୁରୁଛନ୍ତି ପରିବାର ଏବଂ ପ୍ରଶଂସକ । ମାତ୍ର ୬୭ ବୟସରେ ଚିରନିଦ୍ରାରେ ଶୋଇ ଯାଇଛନ୍ତି ଏହି ଏଭରଗ୍ରୀନ ଷ୍ଟାର । ଦିଲ୍ଲୀ ଗୁରୁଗାଓଁର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ତାଙ୍କ ପରଲୋକରେ ସାରା ଓଡ଼ିଶାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ଗତ ୬ ତାରିଖରେ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ବରର କିମ୍ସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।
Views: 25