ଭୁବନେଶ୍ୱର : ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ରାଜ୍ୟ ନିର୍ବାଚନ କମିଶନଙ୍କ ପ୍ରାଥମିକ ପଦକ୍ଷେପ । ସେଥି ମଧ୍ୟରୁ ୫ଟି ଜିଲ୍ଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର ପାଇଁ ଉପନିର୍ବାଚନ ହେବ । ସେହିଭଳି ୭୭୧ଟି ୱାର୍ଡରେ ନୂତନ ଭାବେ ନିର୍ବାଚନ ହେବ । ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସଂରକ୍ଷିତ ବର୍ଗ ପାଇଁ ଉଦ୍ଦିଷ୍ଟ ଥିବା ୭୭୧ଟି ୱାର୍ଡରେ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନଥିବାରୁ ଉକ୍ତ ୱାର୍ଡ ଗୁଡିକରେ ନିର୍ବାଚନ ବନ୍ଦ ରହିଥିଲା ।ପରବର୍ତ୍ତୀ ପର୍ୟ୍ୟାୟରେ ସଂପୃକ୍ତ ଜିଲ୍ଲାପାଳଙ୍କ ସୁପାରିଶ କ୍ରମେ ଉକ୍ତ ୱାର୍ଡଗୁଡ଼ିକୁ ଅଣସଂରକ୍ଷିତ କରାଯିବା ପରେ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କ ସଚିବଙ୍କ ସୂଚନା ଅନୁଯାୟୀ, ଉକ୍ତ ୱାର୍ଡଗୁଡ଼ିକ ପାଇଁ ଅପ୍ରେଲ ୧୭ରୁ ୨୨ ତାରିଖ ମଧ୍ୟରେ ନିର୍ବାଚନ ଅଧିକାରୀମାନେ କେନ୍ଦ୍ର ନିର୍ବାଚନ ଆୟୋଗ ଦ୍ଵାରା ପ୍ରକାଶିତ ଭୋଟର ତାଲିକାରୁ ସମ୍ପୃକ୍ତ ୱାର୍ଡ ୱାରୀ ଭୋଟର ତାଲିକା ପ୍ରସ୍ତୁତ କରିବେ । ସେହିଭଳି ଅପ୍ରେଲ ୨୪ ତାରିଖରେ ସଂପୃକ୍ତ ଗ୍ରାମପଞ୍ଚାୟତ ମୁଖ୍ୟାଳୟରେ ୱାର୍ଡୱାରୀ ପ୍ରାଥମିକ ଭୋଟର ତାଲିକା ପ୍ରକାଶନ ହେବ । ଅପ୍ରେଲ ୩୦ ତାରିଖ ସୁଦ୍ଧା ଅଭିଯୋଗ ଗ୍ରହଣ କରାଯାଇ ମଇ ୨ରୁ ୫ ତାରିଖ ମଧ୍ୟରେ ସଂପୃକ୍ତ ଅଭିଯୋଗଗୁଡ଼ିକୁ ବିଚାରକୁ ନିଆଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ । ସଂଶୋଧିତ ଭୋଟର ତାଲିକାକୁ ନିର୍ବାଚନ ଅଧିକାରୀମାନେ ମଇ ୯ ତାରିଖ ଦିନ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ପ୍ରଦାନ କରିବେ ।
ପଞ୍ଚାୟତ ସ୍ତରରେ ଖାଲି ପଡିଥିବା ପଦ ପାଇଁ ହେବ ଉପନିର୍ବାଚନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











